Posted inଜାତୀୟ

‘ଅନୁଶାସନ ଶିଖିନାହାନ୍ତି ରାହୁଲ ଗାନ୍ଧୀ’

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ ଆଜି ରାହୁଲ ଗାନ୍ଧୀ ଏବଂ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ରାହୁଲ ଜଣେ ଅନୁଶାସନହୀନ ନେତା। ତାଙ୍କ ବିଷୟରେ କିଛି କୁହାଯାଇପାରିବ ନାହିଁ ବୋଲି ରିଜିଜୁ କହିଛନ୍ତି। ସେହିପରି ଚାଇନାର ଅନୁପ୍ରବେଶକୁ ନେଇ ସଂସଦରେ ବିତର୍କ କରିବାକୁ ନେଇ ଜିଦ ଧରିଥିବା କଂଗ୍ରେସ ସମ୍ପର୍କରେ ସେ କହିଛନ୍ତି, କଂଗ୍ରେସର ନେତା ପ୍ରଣବ ମୁଖାର୍ଜୀ ଏବଂ ତତ୍କାଳୀନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ଦ୍ୱାରା ୨୦୦୫ରେ ଭାଜପାକୁ ଦିଆଯାଇଥିବା ପରାମର୍ଶକୁ ମନେ ରଖିବା ଉଚିତ୍‌।
କୋଭିଡ ପ୍ରୋଟୋକଲକୁ ଦୃଷ୍ଟିରେ ରଖି ଭାରତ ଯୋଡୋ ଯାତ୍ରା ସ୍ଥଗିତ ରଖିବାକୁ ରାହୁଲ ଗାନ୍ଧୀଙ୍କୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କ ଅନୁରୋଧ ଉପରେ କେନ୍ଦ୍ର ଆଇନ ମନ୍ତ୍ରୀ ରିଜିଜୁଙ୍କୁ ପ୍ରଶ୍ନ କରାଯାଇଥିଲା। ଏହା ଉପରେ ରିଜିଜୁ କହିଛନ୍ତି, ମୁଁ ରାହୁଲଙ୍କ ଉପରେ ମନ୍ତବ୍ୟ ଦେବାକୁ ଚାହୁଁନାହିଁ। ସେ ଅନୁଶାସନହୀନ ଏବଂ ତାଙ୍କ ବିଷୟରେ କିଛି ପୂର୍ବାନୁମାନ କରିବା କଷ୍ଟକର। ସେ କିଛି ବି କହିପାରିବେ ଏବଂ ଯେକୌଣସି ଶବ୍ଦ ବ୍ୟବହାର କରିପାରିବେ।
ସଂସଦରେ ଚାଇନା ପ୍ରସଙ୍ଗ ଉପରେ ଆଲୋଚନା କରିବାକୁ କଂଗ୍ରେସର ଦାବି ସମ୍ପର୍କରେ ରିଜିଜୁ କହିଛନ୍ତି, ୨୦୦୫ରେ ଯେତେବେଳେ ଆମେ(ଭାଜପା) ବିରୋଧୀ ଦଳରେ ଥିଲୁ, ସେତେବେଳେ ଆମେ ଚାଇନା ସୀମା ପ୍ରସଙ୍ଗ ଉଠାଇବାକୁ ଚେଷ୍ଟା କରିଥିଲୁ। ମନମୋହନ ସିଂ ଆମକୁ ପରାମର୍ଶ ଦେଇ କହିଥିଲେ ଯେ, ଏହା ଏକ ସମ୍ବେଦନଶୀଳ ପ୍ରସଙ୍ଗ। ସଂସଦରେ ଆଲୋଚନା ହେବା ପରିବର୍ତ୍ତେ ଆଭ୍ୟନ୍ତରୀଣ ଭାବେ କାର୍ଯ୍ୟ କରାବା ଆବଶ୍ୟକ। ଏହା ପରେ ଭାଜପା ସଂସଦରେ ଏହି ପ୍ରସଙ୍ଗ ଉଠାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ...

ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ

ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ...

ଚାଞ୍ଚଲ୍ୟକର ଖୁଲାସା: ୨ ମହିଳାଙ୍କୁ ଦଙ୍ଗାକାରୀଙ୍କ ପାଖରେ ଛାଡ଼ିଥିଲା ମଣିପୁର ପୋଲିସ

ନୂଆଦିଲ୍ଲୀ,୧ା୫(ପି.ଟି.):ଗତବର୍ଷ ଭାଜପା ଶାସିତ ରାଜ୍ୟ ମଣିପୁରରେ ଜାତିଆଣ ହିଂସା ଉଗ୍ର ରୂପ ନେଇଥିବାବେଳେ ମେ’ ୪ରେ ପୋଲିସର ଶରଣ ଚାହିଁଥିଲେ କୁକି-ଜୋମି ସମ୍ପ୍ରଦାୟର ୨ ମହିଳା।...

ଖୁସି ଖବର: କମିଲା ଏଲ୍‌ପିଜି ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୫: ସାରା ଦେଶରେ ଚାଲିଥିବା ଲୋକ ସଭା ନିର୍ବାଚନ ମଧ୍ୟରେ ସାଧାରଣ ଲୋକଙ୍କୁ ପୁନର୍ବାର ଆରାମ ମିଳିଛି। ସରକାରୀ ତୈଳ ଏବଂ ଗ୍ୟାସ ମାର୍କେଟିଂ କମ୍ପାନୀଗୁଡିକ...

କୋଭିଶିଲ୍ଡ ଟିକାର ବିରଳ ପାର୍ଶ୍ୱ ପ୍ରତିକ୍ରିୟା ଟିଟିଏସ୍‌

ନୂଆଦିଲ୍ଲୀ,୧ା୫: କୋଭିଡ୍‌ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଭାରତ ସମେତ ବିଭିନ୍ନ ଦେଶରେ କୋଟି କୋଟି ଲୋକ ଅଷ୍ଟ୍ରାଜେନିକା କମ୍ପାନୀର କୋଭିଶିଲ୍ଡ ଟିକା ନେଇଥିଲେ। ଏହି...

ସୁଗନ୍ଧ ହରାଉଛି ଭାରତୀୟ ମସଲା

ହାଇଦ୍ରାବାଦ/ନୂଆଦିଲ୍ଲୀ,୧ା୫: ପ୍ରଥମେ ହଂକଂ ଓ ସିଙ୍ଗାପୁର। ଆମେରିକା ପରେ ଏବେ ଅଷ୍ଟ୍ରେଲିଆ। ଏମିତି ଗୋଟିଏ ପରେ ଗୋଟିଏ ଦେଶରେ ସୁଗନ୍ଧ ହରାଇବସିଛି ଭାରତୀୟ ମସଲା। ଏମ୍‌ଡିଏଚ୍‌...

‘ଆୟୁଷ୍ମାନ୍‌ ଭାରତ ଅତି ଦୁର୍ବଳ’

ନୂଆଦିଲ୍ଲୀ,୧ା୫(ପି.ଟି.):କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ୍‌ ଭାରତ ସ୍ବାସ୍ଥ୍ୟ ଯୋଜନାକୁ ଅତି ଦୁର୍ବଳ ଭାବେ ଗଢ଼ାଯାଇଛି। ଏହାକୁ ଉପଯୁକ୍ତ ପାଣ୍ଠି ମଧ୍ୟ ଯୋଗାଇ ଦିଆଯାଉ ନାହିଁ ବୋଲି ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri