ମରାମତିରେ ଚାଲିଛି ୧୩୩ ବର୍ଷର ପୁରୁଣା ବିଦ୍ୟାଳୟ

ରାଇକିଆ,୨୧ା୧୨(ଡି.ଏନ୍‌.ଏ.): ଶିକ୍ଷା ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଶିକ୍ଷାଦାନଠାରୁ ଆରମ୍ଭ କରି ଭିତ୍ତି ଭୂମି ପର୍ଯ୍ୟନ୍ତ ଯଥା ସମ୍ଭବ ପଦକ୍ଷେପ ନିଆଯାଉଛି। ସ୍ମାର୍ଟ ବିଦ୍ୟାଳୟ ଭଳି ଯୋଜନା ହାତକୁ ନେଇ ଅତ୍ୟାଧୁନିକ ବୈଷୟିକ ଶିକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯାଉଛି। ତଥାପି ଅନେକ ବିଦ୍ୟାଳୟ ରହିଛି ମୌଳିକ ସୁବିଧା ମଧ୍ୟ ଉପଲବ୍ଧ ହୋଇ ପାରୁନାହିଁ। ରାଇକିଆ ସହରରେ ବିଇଓଙ୍କ କାର୍ଯ୍ୟାଳୟ ନିକଟ ମୁଖ୍ୟ ରାସ୍ତାକଡ଼ରେ ଥିବା ପୁରାତନ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ଭୂମି ଜରାଜୀର୍ଣ୍ଣ ଆଡ଼କୁ ଗତି କରୁଛି। ୧୩୩ ବର୍ଷ ପୁରୁଣା ଏହି ବିଦ୍ୟାଳୟ ସ୍ଥାନୀୟ ଅଞ୍ଚଳର ବହୁ ପ୍ରତିଷ୍ଠିତ ବ୍ୟକ୍ତିଙ୍କର ପ୍ରାଥମିକ ଶିକ୍ଷାର ଅନ୍ତୁଡ଼ିଶାଳ ସାଜିଥିବା ବେଳେ ଆଜି ତାର ସ୍ଥିତିକୁ ନେଇ ସଂଘର୍ଷ କରୁଛି। ପ୍ରଥମରୁ ଅଷ୍ଟମ ପର୍ୟ୍ୟନ୍ତ ମାତ୍ର ୧୧୫ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ସହର ମଧ୍ୟରେ ଥିବା ଏହି ବିଦ୍ୟାଳୟର ଏଭଳି ଅବସ୍ଥା ଯୋଗୁ ସାଧାରଣ ସୁବିଧା ଯୋଗାଇବାରେ ଘରୋଇ ବିଦ୍ୟାଳୟଠାରୁ ଢେର ପଛରେ ରହୁଛି। ଯାହା ଅଭିଭାବକ ମହଲରେ ନିରାଶ କରୁଛି। ସେଥିପାଇଁ ପୁରୁଣା ଭଙ୍ଗାରୁଜା ଅବସ୍ଥାରେ ଥିବା ପାଞ୍ଚୋଟି ଆଜବେଷ୍ଟସ୍‌ ଶ୍ରେଣୀଗୃହକୁ ବ୍ୟବହାର କରାଯାଉଥିବା ବେଳେ ଆଉ ଦୁଇଟି ପକ୍କା ଘରେ ଶିକ୍ଷାଦାନ କରାଯାଉଛି। ବର୍ଷାଦିନେ ପାଣି ଗଳୁ ଥିବାରୁ କେବଳ ମରାମତିରେ ହିଁ ଚାଲିଛି। ସ୍ଥାୟୀ ବିଲ୍‌ ପାଇଁ କୌଣସି ପଦକ୍ଷେପ ନିଆଯାଉନାହିଁ । ବିଦ୍ୟାଳୟର ଏଭଳି ଶୋଚନୀୟ ଅବସ୍ଥା ଯୋଗୁ ଛାତ୍ରୀଛାତ୍ର ନାମ ଲେଖିବାକୁ ଆଗ୍ରହ ଦେଖାଉନାହାନ୍ତି। ପ୍ରତ୍ୟେକ ବର୍ଷ ସଂଖ୍ୟା କମିବାରେ ଲାଗିଛି। ଏ ନେଇ ରାଇକିଆ ଗୋଷ୍ଠୀ ଶିକ୍ଷାଧିକାରୀ ମହେଶ୍ୱର ମାଝି କହିଛନ୍ତି, ବିଦ୍ୟାଳୟ ମରାମତି, ନୂତନ କୋଠା ନିର୍ମାଣ ପଞ୍ଚାୟତିରାଜ ବିଭାଗ ଦାୟିତ୍ୱରେ ଥିବାରୁ ବିଦ୍ୟାଳୟର ଏଭଳି ସମସ୍ୟା ସମ୍ପର୍କରେ ବିଇଓଙ୍କ କାର୍ଯ୍ୟାଳୟରେ କୌଣସି ସୂଚନା ନ ଥିବା କହିଛନ୍ତି। ଅନ୍ୟପକ୍ଷରେ ରାଇକିଆ ୧୭ ନଂ ଜିଲା ପରିଷଦ ସଭ୍ୟ ସତ୍ୟବାନ ପାତ୍ର କହିଛନ୍ତି ଏହା ରାଇକିଆର ଏକ ପୁରାତନ ବିଦ୍ୟାଳୟ। ଏଭଳି ଶିକ୍ଷାନୁଷ୍ଠାନକୁ ଅଣଦେଖା କରାଯିବା ଦୁର୍ଭାଗ୍ୟଜନକ। ଏ ନେଇ ସେ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri