ଗାଁରେ ପହଞ୍ଚିଲା ଗୋବିନ୍ଦ ସାହୁଙ୍କ ମୃତଦେହ

ଭବାନୀପାଟଣା,୨୧ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ମହାଲିଙ୍ଗ ସନ୍‌ ସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ମଙ୍ଗଳବାର କଣ୍ଟାବାଞ୍ଜି ସବଜେଲ ଭିତରେ ସନ୍ଦେହଜନକ ମୃତ୍ୟୁ ଘଟଣା ରାଜ୍ୟରେ ହଇଚଇ ସୃଷ୍ଟି କରିଛି। ବୁଧବାର ଗୋବିନ୍ଦ ସାହୁଙ୍କ ମୃତଦେହକୁ କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ବ୍ୟବଚ୍ଛେଦ କରାଯାଇଥିଲା। ଏହାପରେ ପୋଲିସ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ଅପରାହ୍ନ ୫.୩୦ରେ ଆମ୍ବୁଲାନ୍ସ ଜରିଆରେ ଗୋବିନ୍ଦଙ୍କ ମୃତଦେହ ନିଜ ଗାଁ ମହାଲିଙ୍ଗରେ ପହଞ୍ଚିଥିଲା। ଏହି ସମୟରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ନିଜ ଘର ପରିସରରେ ବିଧି ବିଧାନ ଅନୁଯାୟୀ ମୃତଦେହକୁ କିଛି ସମୟ ରଖାଯିବା ପରେ ଅନ୍ତିମ ସତ୍କାର ପାଇଁ ଗାଁ ଶ୍ମଶାନକୁ ନିଆଯାଇଥିଲା। ସେଠାରେ ପୁଅ ଚିନୁ ସାହୁ ମୁଖାଗ୍ନି ଦେଇଥିବା ଜଣାପଡ଼ିଛି। ଅନ୍ୟପଟେ ଏବେ ବି ପରିବାର ଲୋକେ ଏହା ଆତ୍ମହତ୍ୟା ନୁହେଁ ବରଂ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅଭିଯୋଗ ଆଣିଛନ୍ତି। ପୂର୍ବତନ ମନ୍ତ୍ରୀଙ୍କୁ ବଞ୍ଚିବାକୁ ଯାଇ ରାଜ୍ୟ ସରକାର ଏପରି ଦେଖାଣିଆ ବନ୍ଦ କରନ୍ତୁ ବୋଲି କହିଛନ୍ତି। ଯଦି ରାଜ୍ୟ ସରକାରଙ୍କ ସତ୍‌ସାହସ ଅଛି ତା’ହେଲେ କେନ୍ଦ୍ରକୁ ଏହି ଘଟଣାରେ ସିବିଆଇ ତଦନ୍ତ କରିବାକୁ ପତ୍ର ଲେଖନ୍ତୁ ନଚେତ୍‌ ଏସ୍‌ଆଇଟି ତଦନ୍ତର ନିର୍ଦ୍ଦେଶ ଦିଅନ୍ତୁ ବୋଲି ମୃତ ଗୋବିନ୍ଦଙ୍କ ଭଣଜା ମନୋଜ ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri