ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ

ବେଗୁନିଆପଡ଼ା,୨୧।୧୨(ଡି.ଏନ.ଏ.): ପୁଣି ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ। ଚୋରା ମଦ କାରବାର ଉପରେ ଚଢାଉ କରି ପୁଣି ଥରେ ମଦ ବେପାରୀଙ୍କ ଆକ୍ରମଣର ଶିକାର ହୋଇଛନ୍ତି ଅବକାରୀ କର୍ମଚାରୀ। ଗଞ୍ଜାମ ଜିଲା କୋଦଳାରେ ଘଟିଛି ଏହି ଘଟଣା। ମଙ୍ଗଳବାର ରାତି ପ୍ରାୟ ୧୧ଟାବେଳେ କୋଦଳା ମାଛ ବଜାର ନିକଟରେ ଚୋରା ମଦ କାରବାର ଚାଲିଥିବା ଅଭିଯୋଗରେ ଖଲ୍ଲିକୋଟ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ଯୁଧିଷ୍ଠିର ମୁନି ନାମକ ଜଣେ ବ୍ୟକ୍ତିଙ୍କୁ ଅବକାରୀ ଗିରଫ କରିଥିଲା। ଏହା ପରେ ତାଙ୍କୁ ଖଲ୍ଲିକୋଟ ଅବକାରୀ ଥାନାକୁ ନିଆଯିବା ପରେ କୋଦଳା କୋର୍ଟରେ ହାଜର ପାଇଁ ଅଣାଯାଇଥିଲା। ତେବେ କୋର୍ଟ ପରିସରରେ ୫ ରୁ ୭ ଜଣ ବ୍ୟକ୍ତି ହଠାତ୍‌ ଆସି ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ। ଏଥିରେ ଜଣେ ଅବକାରୀ କର୍ମଚାରୀଙ୍କ ମୁଣ୍ଡ ଫାଟି ସେ ଆହତ ହୋଇଥିବା ଜଣାଯାଇଛି। ଘଟଣାକୁ ନେଇ କୋଦଳା ଥାନାରେ ୫ ଜଣଙ୍କ ନାମରେ ଏତଲା ଦିଆଯାଇଛି ବୋଲି କହିଛନ୍ତି ସଦର ଅବକାରୀ ଇନ୍ସପେକ୍ଟର ଦିପ୍ତିମୟୀ ସାହୁ।
ସୂଚାଯୋଗ୍ୟ, ଗତ ୪ ମାସ ତଳେ ଜଣେ ଅବକାରୀ କର୍ମଚାରୀଙ୍କୁ କୋଦଳା ଅଞ୍ଚଳରେ ଆକ୍ରମଣ ହୋଇଥିବା ବେଳେ ଏବେ ପୁଣି ଜଣେ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…

ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ...

କେନାଲ ଭିତରେ ପଡ଼ିଛି ନରକଙ୍କାଳ, ଏଥିରେ ଲାଗିଛି…

ବ୍ରହ୍ମପୁର,୨୩ା୧୨(ସୁବାସ ଚନ୍ଦ୍ର ପାଢ଼hୀ): ଏକ କେନାଲ ଭିତରେ ପଡ଼ିଛି ନରକଙ୍କାଳ। ଏହାକୁ ନେଇ ଏବେ ବ୍ରହ୍ମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ଥାନା ପୋଲିସ କଙ୍କାଳ...

ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ: ପହଞ୍ଚିଗଲେ..

କଟକ,୨୩।୧୨: ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍‌ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍‌ ଉପରେ ଚଢାଉ...

ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ...

କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ...

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର...

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି ।...

ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍‌ ସହ ରହିଛି…

ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri