ନୀଳଗିରିରେ ହେବ ପଥର ଶିଳ୍ପ କରିଡର

ନୀଳଗିରି,୨୨।୧୨(ସ୍ବ.ପ୍ର): ଚମକିବ ନୀଳଗିରି ଉପଖଣ୍ଡରେ ଥିବା ପଥରଶିଳ୍ପ। ଶିଳ୍ପ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଶକ୍ତି ବିଭାଗର ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କ ଜନ୍ମଦିନ ଅବସରରେ ବୁଧବାର ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଶୈବପୀଠର ଦର୍ଶନ କରିବାକୁ ଆସିଥିବାବେଳେ ଦୀର୍ଘଦିନ ଧରି ସନ୍ତରାଗଡି଼ଆ, ବଉଳଗଡ଼ିଆ ଅଞ୍ଚଳର ପଥରଶିଳ୍ପୀଙ୍କୁ ଉପହାର ସ୍ବରୂପ ଶିଳ୍ପ କରିଡ଼ର ଘୋଷଣା କରିଛନ୍ତି।

କେବଳ ଦେଶ ନୁହେଁ ବିଶ୍ୱସ୍ତରରେ ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳର ସୁନାମ ରହିଛି। ଏହି ଅଞ୍ଚଳର ଶିଳ୍ପୀମାନେ ସାରା ଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏହାକୁ ବଞ୍ଚାଇ ରଖିବା ପାଇଁ ପଞ୍ଚଲିଙ୍ଗେଶ୍ୱରଠାରେ ୧୦ ଏକର ଜାଗାରେ ଏକ ଶିଳ୍ପ କରିଡ଼ର ଏବଂ କ୍ରାଫ୍ଟ ଭିଲେଜ୍‌ ପାଇଁ ସ୍ଥାନ ଚିହ୍ନଟ କରିବାକୁ ବିଭାଗୀୟ ମନ୍ତ୍ରୀ ପ୍ରତାପ ଦେବ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଯେତେ ଶୀଘ୍ର ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ସହମତିରେ କ୍ଲଷ୍ଟର ନିର୍ମାଣ କରିବାକୁ ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି। ପୁରୀର ରଘୁରାଜପୁର ପରି କ୍ରାଫ୍ଟ ଭିଲେଜ ପଞ୍ଚଲିଙ୍ଗେଶ୍ୱରଠାରେ ନିର୍ମାଣ ହେଲେ ଦେଶ ବିଦେଶରେ ଅନେକ ଲୋକ ଗୋଟିଏ ସ୍ଥାନରେ ପଥର ସୁନ୍ଦର କାରୁକାର୍ଯ୍ୟ ଥିବା ମୂର୍ତ୍ତି ଦେଖିପାରିବେ। ପଥର ଶିଳ୍ପୀମାନେ ସ୍ମଲ ସ୍କେଲ ଇଣ୍ଡଷ୍ଟ୍ରି ସହିତ ଯୋଡ଼ି ହେବେ ଏବଂ ମେକ୍‌ ଇନ୍‌ ଓଡ଼ିଶା ସହିତ ନିଜକୁ ଯୋଡ଼ି ପାରିବା ସହ ସହଜ ଋଣ ମଧ୍ୟ ପାଇପାରିବେ ବୋଲି ମନ୍ତ୍ରୀ କହିଛନ୍ତି।

ପଞ୍ଚଲିଙ୍ଗେଶ୍ୱରଠାରେ ଏକ ୩୩ କେଭି ଗ୍ରୀଡ୍‌ ସ୍ଥାପନ ପାଇଁ ହୋଇଥିବା ଦାବିକୁ ଦୃଷ୍ଟି ଦେଇ ବିହୀତ ପଦକ୍ଷେପ ନେବେ ବୋଲ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ପଞ୍ଚଲିଙ୍ଗେଶ୍ୱର ଶୈବପୀଠ ପରିଦର୍ଶନ ବେଳେ ସ୍ଥାନୀୟ ବିଜେଡି ନେତା ସନ୍ତୋଷ ଖଟୁଆ, ଜିଲା ଯୁବ ବିଜେଡ଼ି ସଭାପତି ତାପସ ପରିଡ଼ା, ଶୁଭେନ୍ଦୁ ମଙ୍ଗରାଜ, ଶୁଭେନ୍ଦୁ ଶେଖର ଜେନା, ମନୋରଞ୍ଜନ ଦାସ, କୈଳାଶ ପଣ୍ଡା, ପୁରସ୍ତମ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ହ୍ୟୁମାଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri