ଢେଙ୍କାନାଳ ଅଫିସ୍, ୨୨।୧୨: ରାଉରକେଲାର ସାମାଜିକ ଅନୁଷ୍ଠାନ ‘ସାଇନିଂ ରକର୍ସ’ର ୫ମ ବାର୍ଷିକ ଉତ୍ସବ ତଥା ‘ଓଡ଼ିଶା ସାଇନିଂ ଆଇକନ ସିଜିନ-୫’ର ସର୍ବକନିଷ୍ଠ ବର୍ଗରେ ଢେଙ୍କାନାଳର ରାଜଶ୍ରୀ ସିଂ ମିସ୍ ଓଡ଼ିଶା ଟାଇଟଲ ହାସଲ କରିଛନ୍ତି। ସେକ୍ଟର-୫ ଭଞ୍ଜ ଭବନଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାୟ ୩୦୦ ପ୍ରତିଯୋଗୀ ଭାଗ ନେଇଥିବାବେଳେ ୪୦ ପ୍ରତିଯୋଗୀ ଫାଇନାଲ ରାଉଣ୍ଡରେ ପ୍ରବେଶ କରିଥିଲେ। ବିଚାରକ ଭାବେ ଏଲିନା କର, ସୋନି ପିଲାଇ, ରାକ୍ଷୀ ମଣ୍ଡଳ, ସାଧନା ସାମଲ, ଆଶିଷ ବେହେରା, ଡି. ପୂଜା, ଅମ୍ଳାନ ମହାନ୍ତି ପ୍ରମୁଖ ଯୋଗଦେଇ ମୂଲ୍ୟାୟନ କରିଥିଲେ। ଅନୁଷ୍ଠାନ ସଭାପତି ସୁଶାନ୍ତ ରାଉତଙ୍କ ଅଧ୍ୟକ୍ଷତା ଏବଂ ଅନୁଷ୍ଠାନର ମୁଖ୍ୟ ଲିନା ବିଶ୍ୱାଳଙ୍କ ଆବାହକତ୍ୱରେ ଅତିଥି ଭାବେ ସାମାଜିକ କର୍ମୀ କମଲ ଅଗ୍ରୱାଲ, ଅନିତା ଅଗ୍ରଓ୍ବାଲ, ପ୍ରଦୀପ୍ତ ଦାସ, ପଦ୍ମିନୀ ପାଣିଗ୍ରାହୀ, ଜାହାଙ୍ଗୀର ହକ୍, ଅନୁପ ମୋଦି, ଗୁରିନ୍ଦର ସିଂ, ପିଙ୍କୁ ଜୟସ୍ବାଲ, ଗଗନ ପଣ୍ଡା, ସନ୍ଥମା ପିଲାଇ ପ୍ରମୁଖ ଯୋଗଦେଇ ରାଜଶ୍ରୀଙ୍କୁ ପୁରସ୍କୃତ କରିଥିଲେ। ଶୁଭଜିତ ପଣ୍ଡା, ଦେବଲିନା ରାୟ, ବର୍ଣ୍ଣାଳୀ ରାଉତ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ସୂଚନାଯୋଗ୍ୟ, ରାଜଶ୍ରୀ ହେଉଛନ୍ତି ରାଜ୍ୟ ସମବାୟ ବ୍ୟାଙ୍କର ପୂର୍ବତନ ସଭାପତି ଅକ୍ଷୟ କୁମାର ମହାନ୍ତିଙ୍କ ନାତୁଣୀ ତଥା ରଞ୍ଜନ ସିଂ ଏବଂ ସୁସ୍ମିତା ସିଂଙ୍କ ସାନଝିଅ।
Posted inଆମ ଜିଲା ଖବର, ଢେଙ୍କାନାଳ View All
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...
ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ
ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...
୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…
ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...
ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…
କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା...
କ୍ରିକେଟ୍ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ
ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...
୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି
ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...
ଯାଜପୁର ଏମ୍ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…
ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...
Archives


