Posted inଜାତୀୟ

କରୋନା ଚିନ୍ତା: ଉଚ୍ଚସ୍ତରୀୟ ବୈଠକ ଡକାଇ ସ୍ଥିତି ସମୀକ୍ଷା କଲେ ମୋଦି

ନୂଆଦିଲ୍ଲୀ,୨୨।୧୨: ଚାଇନାରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ପରିପ୍ରେକ୍ଷୀରେ ଭାରତରେ ଓମିକ୍ରନ୍‌ ସବ୍‌ ଭାରିଆଣ୍ଟ ବିଏଫ୍‌-୭ର ୪ଟି ମାମଲା ଚିହ୍ନଟ ହେବାପରେ କେନ୍ଦ୍ର ସରକାର ତତ୍ପରତା ଦେଖାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟାରେ ଏକ ଉଚ୍ଚସ୍ତରୀୟ ବୈଠକ ଡକାଇ କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି। ଏଥିରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ସ୍ବାସ୍ଥ୍ୟମନ୍ତ୍ରୀ ମନ୍‌ସୁଖ ମାଣ୍ଡଭିଆ, ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ, ନୀତି ଆୟୋଗ ସଦସ୍ୟ ଡ.ଭି.କେ.ପଲ୍‌ଙ୍କ ସମେତ ଅନ୍ୟ ବରିଷ୍ଠ ମନ୍ତ୍ରୀ ଏବଂ ଅଧିକାରୀଯୋଗ ଦେଇଥିଲେ। ଏହି ବୈଠକ ପ୍ରାୟ ୧ ଘଣ୍ଟା ଧରି ଚାଲିଥିବା ବେଳେ ଏଥିରେ ଦେଶରେ ବର୍ତ୍ତମାନ କରୋନା ପ୍ରସ୍ତୁତି ଏବଂ ଆଗାମୀ ଦିନର ଯୋଜନା ଉପରେ ଆଲୋଚନା ହୋଇଥିଲା।

କରୋନାର ନୂଆ ଭାରିଆଣ୍ଟ ସଂକ୍ରମଣକୁ ରୋକିବା ପାଇଁ ବିଦେଶରୁ ଆସୁଥିବା ଯାତ୍ରୀଙ୍କୁ ନେଇ କେନ୍ଦ୍ର ସରକାର ଏକ ନୂଆ ଗାଇଡ୍‌ଲାଇନ ଜାରି କରିଛନ୍ତି। ଉକ୍ତ ଗାଇଡ୍‌ଲାଇନ୍‌ରେ ଦେଶରେ ଥିବା ସମସ୍ତ ବିମାନବନ୍ଦରର ଯାତ୍ରୀଙ୍କ ନିୟମିତ ନମୁନା ସଂଗ୍ରହ କରିବାକୁ କୁହାଯାଇଛି। ଓମିକ୍ରନ୍‌ ସବ୍‌ ଭ୍ୟାରିଆଣ୍ଟ ବିଏଫ୍‌-୭କୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ହେଲେ ସଂକ୍ରମଣକୁ ହରାଇବା ପାଇଁ ଲୋକମାନେ ଭିଡ଼ ସ୍ଥାନରେ ସାମାଜିକ ଦୂରତା ରକ୍ଷା କରିବା ସହ ମାସ୍କ ପିନ୍ଧିବା ଜରୁରୀ ବୋଲି କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏଥିସହ କରୋନା ପଜିଟିଭ୍‌ର ନମୁନାକୁ ଜିନୋମ୍‌ ସିକ୍ୱେନ୍ସିଂ ଲ୍ୟାବ୍‌ ପଠାଇବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri