ବ୍ୟବସାୟ କରିବାକୁ ଆସୁଥିବାବେଳେ ଚଢିଗଲା ଟ୍ରକ୍‌

ଆନନ୍ଦପୁର,୨୨ା୧୨(ସ୍ବ.ପ୍ର): କେନ୍ଦୁଝର ଜିଲା ୨୦ ନଂ ଜାତୀୟ ରାଜପଥ ପାର୍ଶ୍ୱ କୋଳିମାଟି ହାଟକୁ ପରିବା ବ୍ୟବସାୟ କରିବାକୁ ଆସୁଥିବା ସମୟରେ ଗୁରୁବାର ଜଣେ ବ୍ୟବସାୟୀଙ୍କର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ହେଲେ କନ୍ତୋ ଗ୍ରାମର ଇନ୍ଦ୍ରମଣି ନାୟକ।
ସୂଚନାଯୋଗ୍ୟ, ଘସିପୁରା ଥାନା ୨୦ ନଂ ଜାତୀୟ ରାଜପଥ ପାର୍ଶ୍ୱ କୋଳିମାଟିଠାରେ ସାପ୍ତାହିକ ହାଟ ଥିବାବେଳେ ଇନ୍ଦ୍ରମଣି ସାଇକେଲ ଯୋଗେ ପରିବା ନେଇ ବିକ୍ରି କରିବାକୁ ଆସୁଥିଲେ। କେନ୍ଦୁଝର ପାର୍ଶ୍ୱରୁ ଆସୁଥିବା ଏକ ଲୁହାପଥର ବୋଝେଇ ଟ୍ରକ୍‌ ବ୍ୟବସାୟୀଙ୍କ ଉପରେ ଚଡିଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବାବେଳେ ଏହାକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଥିଲା। ଖବରପାଇ ଘସିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚିି ପରିସ୍ଥିତିକୁ ନିୟନ୍ତ୍ରଣ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଅନ୍ୟପକ୍ଷରେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ଥାନା ଅଧିକାରୀ ବିକ୍ରମ କୁମାର ଭୁୟାଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri