ଉତ୍ତର ପ୍ରଦେଶ, କର୍ନାଟକ, ମୁମ୍ବାଇରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୩ ।୧୨: ଚାଇନାରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏବେ ଭାରତକୁ ଏହାର ଭୟ ଫେରିଛି । ଚାଇନାରେ ଓମିକ୍ରନର ସବ ଭାରିଏଣ୍ଟ ବିଏଫ.୭ ସ୍ଥିତିକୁ ଏକବାର ବିଗାଡି ଦେଇଛି । ଏବେ ଏହି ସଂକ୍ରମଣକୁ ରୋକିବାକୁ ଭାରତ ପ୍ରସ୍ତୁତ ହୋଇ ଗଲାଣି । ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ନେଇ ଏକ ଉଚ୍ଚ ସ୍ତରୀୟ ବୈଠକ କରିଛନ୍ତି । ଏହା ବ୍ୟତୀତ କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ କୋଭିଡ-୧୯ ପ୍ରସ୍ତୁତି ଓ ପ୍ରୋଟୋକଲକୁ ନେଇ ସମିକ୍ଷା ବୈଠକ କରିଛନ୍ତି । ଏଥିରେ ଭିଡ ସ୍ଥାନରେ ମାସ୍କ ପିନ୍ଧିବା ଜୁରରି କରିବା, ଜିନୋମ ସିକ୍ୱିନସିଂ ବଢାଇବା ଓ ଯେତେଶୀଘ୍ର ସମ୍ଭବ ଲୋକଙ୍କୁ କରୋନା ଭ୍ୟାକ୍ସିନର ତୃତୀୟ ଡୋଜ ଦେବା ଉପରେ ଗୁରୁତ୍ୱାରୋପ କରାଯାଇଛି ।
ଦେଶର ପ୍ରାୟ ସମସ୍ତ ରାଜ୍ୟ କରୋନା ସଂକ୍ରମଣକୁ ନେଇ ସତର୍କ ହୋଇଯାଇଥିବା ବେଳେ ଉତ୍ତର ପ୍ରଦେଶ, କର୍ନାଟକ ଓ ମୁମ୍ବାଇରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ସେହିପରି ଦିଲ୍ଲୀ ଏମ୍ସରେ ବି ଆଡଭାଇଜରି ଜାରି କରାଯାଇ ଏମ୍ସ ପରିସରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବା ସହ ୫ରୁ ଅଧିକ ଲୋକ ଏକାଠି ନ ହେବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri