ରାସ୍ତାକଡ଼ରେ ଅଚିହ୍ନା ମୃତଦେହ

ପଟାଙ୍ଗୀ,୨୩ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତର ମିରିଆଲପାଡୁ ଗ୍ରାମ ଛକ ନିକଟରେ ଏକ ଅଚିହ୍ନା ମୃତଦେହ ପଡ଼ିଥିବା ଦେଖି ଗ୍ରାମବାସୀ ଭୟଭୀତ ହୋଇପଡ଼ିଥିଲେ। ଗ୍ରାମବାସୀଙ୍କ କହିବା ଅନୁସାରେ ମୃତ ଯୁବକ ଜଣକ କେଉଁଠିକାର ଏହା ଜାଣା ପଡୁ ନ ଥିବା ସହ ଏହା ଆମେ ଗୁରୁବାର ରାତିରେ ଦେଖିବାକୁ ପାଇଥିଲୁ କିନ୍ତୁ ଆମେ ଭୟଭୀତ ହୋଇ କାହାକୁ କିଛି ଜଣାଇ ନ ଥିଲୁ। କିନ୍ତୁ ପଞ୍ଚାୟତରେ ମୁତୟନ ରହିଥିବା ବିଏସ୍‌ଏଫ୍‌ ପୋଲିସ କୌଣସି ସୂତ୍ରରୁ ଖବର ପାଇ ପୋଲିସକୁ ଖବର ଦେଇଥିଲେ।

ଅନ୍ୟପକ୍ଷରେ ଉକ୍ତ ପଞ୍ଚାୟତର ସମସିସଭ୍ୟ ତଥା ବ୍ଲକ ଉପାଧ୍ୟକ୍ଷ ତ୍ରିନାଥ କଟା ପୋଲିସକୁ ଲିଖିତ ଅଭିଯୋଗ କରିବା ପରେ ଶୁକ୍ରବାର ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି କୋରାପୁଟ ମେଡିକାଲ କଲେଜକୁ ସ୍ଥାନାନ୍ତର କରିଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ହେବା ପରେ ପ୍ରକୃତ କାରଣ ଜଣାପଡ଼ିବ ବୋଲି କୁହାଯାଇଛି। ଏନେଇ ତଦନ୍ତ ଜାରି ରହିଥିବା ସହ କୋରାପୁଟରୁ ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ପହଞ୍ଚି ତଦନ୍ତ କରୁଥିବା ପୋଲିସ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ବୁଧଙ୍କ ବିରଳ ଗୋଚର; ବର୍ଷ ଶେଷରେ ମାଲାମାଲ ହୋଇଯିବେ ଏହି ରାଶି…

ଆସନ୍ତା ୨୯ ତାରିଖରେ ବୁଦ୍ଧିର ଦାତା ବୁଧ ଗୁରୁ ରାଶି ଧନୁରେ ପ୍ରବେଶ କରିବାକୁ ଯାଉଛନ୍ତି । ବୁଧଙ୍କ ଏହି ଗୋଚର ୨୦୨୫ ବର୍ଷ ଶେଷରେ...

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ...

ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri