ପିଇଓ ଗିରଫ, ୨ ପୂର୍ବତନ ସରପଞ୍ଚ ଫେରାର

ନବରଙ୍ଗପୁର,୨୪।୧୨(ବି.ପ୍ର.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ପାଟଖଲିଆ ଓ ଗମ୍ଭାରିଗୁଡ଼ା ପଞ୍ଚାୟତରେ କାମ ନ ହୋଇ ବିଲ୍‌ ହୋଇଥିବା ଅଭିଯୋଗରେ ଭିଜିଲାନ୍ସ ତଦନ୍ତ ଆରମ୍ଭ କରିଥଲା। ପରେ ଦୁଇଟି ୩୮/୨୨ ଓ ୩୯/ ୨୨ରେ ପୃଥକ୍‌ ମାମଲା ରୁଜୁକରି ତତ୍କାଳୀନ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ) ନିମାଇ ସରକାରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ନବରଙ୍ଗପୁର ଭିଜିଲାନ୍ସ। ଏହି ଘଟଣାରେ ସମ୍ପୃକ୍ତ ୨ ପୂର୍ବତନ ସରପଞ୍ଚ ଫେରାର ଥିବା ଜଣାପଡିଛି।
ପାଟଖଲିଆ ପଞ୍ଚାୟତରେ ୨୦ ଲକ୍ଷ ଟଙ୍କା ବ୍ୟୟରେ କଲ୍ୟାଣ ମଣ୍ଡପ ଏବଂ ଗମ୍ଭାରିଗୁଡା ପଞ୍ଚାୟତରେ ୨୫ ଲକ୍ଷ ଟଙ୍କାରେ ଏକ ମାର୍କେଟ କମ୍ପ୍ଲେକ୍ସ କାମ ହୋଇଥିବା ଫାଇଲ ପତ୍ରରେ କୁହାଯାଇଥିଲା। ପିଇଓ ଅନୁଦାନ ଅର୍ଥକୁ ନିଜ ଆକାଉଣ୍ଟକୁ ନିଫ୍ଟ, ଚେକ୍‌ରେ ନେଇଯାଇଥିଲେ। ମାର୍କେଟ କମ୍ପ୍ଲେକ୍ସ ଓ କଲ୍ୟାଣ ମଣ୍ଡପ ପାଇଁ ମାଟି ଖୋଳା ନ ହୋଇ ବିଲ୍‌ ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ନଭେମ୍ବର ୨୩ରେ ଭିଜିଲାନ୍ସ ଟିମ୍‌ ଉକ୍ତ ପଞ୍ଚାୟତକୁ ଯାଇ ପିଇଓ ନିମାଇ ସରକାର ଓ ଜଣେ ପୂର୍ବତନ ସରପଞ୍ଚଙ୍କୁ ପଚରାଉଚରା କରିଥିଲେ। ଅଭିଯୋଗ ପରେ ଘଟଣାସ୍ଥଳକୁ ଯାଇ ତଦନ୍ତ କରିବାରୁ ସେଠାରେ ତେବେ କଲ୍ୟାଣ ମଣ୍ଡପ ଓ ମାର୍କେଟ କମ୍ପ୍ଲେକ୍ସ ନ ଥିବା ନେଇ ନବରଙ୍ଗପୁର ଭାରପ୍ରାପ୍ତ ଭିଜିଲାନ୍ସ ଡିଏସ୍‌ପି କଳାବତୀ ବାଘ ସୂଚନା ଦେଇଥିଲେ। ଚନ୍ଦାହାଣ୍ଡି ବିଡିଓଙ୍କୁ ଉଭୟ କାମର ଡକ୍ୟୁମେଣ୍ଟ ମାଗିଥିଲେ। ଡକୁମେଣ୍ଟ ମିଳିଲା ପରେ କେତେ ଟଙ୍କା ବିଲ୍‌ ହୋଇଛି, କେଉଁ ଅଧିକାରୀ ଡାୟିତ୍ୱରେ ରହିଥିଲେ ଏବଂ କାହା ସମୟରେ ବିଲ୍‌ ହୋଇଛି ତାହା ଜଣାପଡିବା ପରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଟଙ୍କା ଉଠାଇବେଳେ ପିଇଓ ଏବଂ ସରପଞ୍ଚଙ୍କ ଦସ୍ତଖତ ରହିଥିବାରୁ ସମ୍ପୃକ୍ତ ୩ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri