ଧାନ ଚୋରି କରି କୋର୍ଟ ଚାଲାଣ

ଆନନ୍ଦପୁର,୨୪ା୧୨(ସ୍ବ.ପ୍ର.): ଧାନ ଚୋରି ଅଭିଯୋଗରେ ଆନନ୍ଦପୁର ପୋଲିସ ଶନିବାର ଜଣେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ବାଉଁଶଗଡ଼ ଗ୍ରାମର ଘନଶ୍ୟାମ ବାଗସିଂ ଓ ନାରାୟଣ ପାତ୍ର ମିଳିତ ଭାବେ ୪୦ ବସ୍ତା ଧାନ ସେହି ଗ୍ରାମର ଶରତ ପାତ୍ରଙ୍କ ଘରେ ରଖିଥିଲେ। ଚଳିତ ମାସ ୨୧ରେ ଶରତ ପାତ୍ରଙ୍କ ପରିବାରବର୍ଗ ନିଜ ସମ୍ପର୍କୀୟଙ୍କ ଘରକୁ ଆସିଥିବାବେଳେ ଘରେ କେହି ନ ଥିବାର ସୁଯୋଗରେ ଘର କବାଟ ଭାଙ୍ଗି ୪୦ ବସ୍ତା ଧାନ କେହି ଚୋରାଇ ନେଇଥିଲେ। ଶରତ ପାତ୍ରଙ୍କ ପରିବାର ଘରକୁ ଫେରିବା ପରେ ଚୋରି ସମ୍ପର୍କରେ ଅନୁଧ୍ୟାନ କରିବା ସହିତ କେତେକଙ୍କ ଉପରେ ସନ୍ଦେହ ସୃଷ୍ଟି ହୋଇଥିଲା। ଏହି ଘଟଣାକୁ ନେଇ ଘନଶ୍ୟାମ ଆନନ୍ଦପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ କେସ ନଂ ୨୯୪/୨୨ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଥିଲା। ଅଭିଯୋଗ ଆଧାରରେ ତଦନ୍ତ କରାଯାଇ ପେଟୁ ଓରଫ ରାଜୁ ହେମ୍ବ୍ରମଙ୍କୁ ଆଜି ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ଆନନ୍ଦପୁର ଥାନା ଅଧିକାରୀ ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri