Posted inଖେଳ

ଓଡ଼ିଶାର ଆଧିପତ୍ୟ ଜାରି

ଭୁବନେଶ୍ୱର, ୨୫ା୧୨: ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପରିସରରେ ଚାଲିଥିବା ଅଲ୍‌ ଇଣ୍ଡିଆ ଓପନ କରାଟେ ପ୍ରତିଯୋଗିତାରେ ଓଡ଼ିଶାର ପ୍ରଧାନ୍ୟ ଅବ୍ୟାହତ ରହିଛି। ୧୧ବର୍ଷ ମହିଳା କାଟା ପୁଲ୍‌ରେ ଗୁଜରାଟର ବଂଶୀ ପଟେଲ ଏକ ସ୍ବର୍ଣ୍ଣ ପଦକ ଶନିବାର ଫଇସଲା ହୋଇଥିବା ଇଭେଣ୍ଟଗୁଡ଼ିକର ଅନ୍ୟ ସମସ୍ତ ପଦକ ଓଡ଼ିଶା ପ୍ରତିଯୋଗୀ ପାଇଥିଲେ। ତୃତୀୟ ଦିବସରେ ମେୟର ସୁଲୋଚନା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୋ କଲେଜ ଅଭିଯାନର ଚେୟାରପର୍ସନ ଆକାଶ ଦାସ ନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ପୁରସ୍କାର ବିତରଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦୂରଦର୍ଶୀ ସମ୍ପାଦକ ଦୁର୍ଗା ସାମନ୍ତରାୟ ଏବଂ ଓଡ଼ିଶା କରାଟେ ସଂଘ ସଭ୍ୟ କାଳିପ୍ରସାଦ ନନ୍ଦ ଉପସ୍ଥିତ ଥିଲେ। ପ୍ରତିଯୋଗିତାକୁ ଅଭିନାସ ସିଂ ପୁନ୍ଦିର, ସନ୍ଦୀପ ଦାସ, ଦୀପକ ସାମନ୍ତରା, ଖାରବେଳ ମଲିକ, ରାଜୀବ ସିଂ, ଜୟଦେବ ପଟ୍ଟନାୟକ, ଗୌରୀ ମହାନ୍ତି, ଅନୁପମା ସ୍ବାଇଁ ସନ୍ଦୀପ ମହାନ୍ତି, ଦୁର୍ଗା ରଥ, ମୁନା ସିଂ ଲାଲ୍‌ ଓ ଅନ୍ୟମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri