Posted inଜାତୀୟ

୨୦୨୨ରେ ଦେଶ ଗତିଶୀଳ ହୋଇ ରଚିଲା ଇତିହାସ: ବର୍ଷର ଶେଷ ମନ୍‌ କି ବାତ୍‌ରେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୫।୧୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ଷର ଶେଷ ତଥା ୯୬ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମକୁ ସମ୍ବୋଧିତ କର କହିଛନ୍ତି ଯେ, ୨୦୨୨ରେ ଦେଶ ଗତିଶୀଳ ହୋଇଛି। ଦେଶର ବହୁ ଲୋକ ଇତିହାସ ରଚିଛନ୍ତି। ଭାରତର ଅଗ୍ରଗତି ହେବା ସହିତ ଦେଶ ଜି-୨୦ ଗୋଷ୍ଠୀର ଅଧ୍ୟକ୍ଷତା ଦାୟିତ୍ୱ ପାଇଛି। ଏହା ଦେଶ ପାଇଁ ଅତ୍ୟନ୍ତ ଗର୍ବର ବିଷୟ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ୨୦୨୨ ମସିହାରେ ଦେଶର ଲୋକଙ୍କ ଶକ୍ତି, ସେମାନଙ୍କର ସହଯୋଗ, ନିଷ୍ଠା, ସଫଳତାର ବିସ୍ତାର ଏତେ ଥିଲା ଯେ ସମସ୍ତଙ୍କୁ ମନ କି ବାତରେ ଅନ୍ତର୍ଭୁକ୍ତ କରିବା କଷ୍ଟକର ହେବ। ୨୦୨୨ ବାସ୍ତବରେ ଅନେକ କ୍ଷେତ୍ରରେ ବହୁତ ପ୍ରେରଣାଦାୟକ, ଆଶ୍ଚର୍ଯ୍ୟଜନକ ହୋଇଛି। ଏହି ବର୍ଷ ଭାରତ ସ୍ବାଧୀନତାର ୭୫ ବର୍ଷ ପୂରଣ କରିଛି।

ଦେଶର ଲୋକମାନେ ଏକତାକୁ ଅନେକ ଉପାୟରେ ପାଳନ କରିଥିଲେ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ୨୦୨୨ ମସିହାରେ ଦେଶବାସୀ ଆଉ ଏକ ଅମର ଇତିହାସ ଲେଖିଛନ୍ତି। ଅଗଷ୍ଟ ମାସରେ ହର ଘର ତିରଙ୍ଗା’ ଅଭିଯାନକୁ କିଏ ଭୁଲି ପାରିବ। ସେହି ମୁହୂର୍ତ୍ତ ଥିଲା ଯେତେବେଳେ ପ୍ରତ୍ୟେକ ଦେଶବାସୀ ନୁତନ ଉତ୍ସାହ ଲାଭ କରିଥିଲେ। ୬ କୋଟିରୁ ଅଧିକ ଲୋକ ତ୍ରିରଙ୍ଗା ସହିତ ସେଲଫି ପଠାଇଲେ।

୨୦୨୩ମସିହାରେ, ଆମକୁ ଜି-୨୦ ର ଉତ୍ସାହକୁ ଏକ ନୂତନ ଉଚ୍ଚତାକୁ ନେବାକୁ ହେବ ଏବଂ ଏହି ଘଟଣାକୁ ଏକ ଜନ ଆନ୍ଦୋଳନ କରିବାକୁ ପଡିବ। ପ୍ରଧାନମନ୍ତ୍ରୀ କହିଛନ୍ତି, ମୋର ପ୍ରିୟ ଦେଶବାସୀ, ଆଜି ସମଗ୍ର ବିଶ୍ୱରେ ବଡ଼ଦିନ ପର୍ବ ପାଳନ କରାଯାଉଛି। ଯୀଶୁ ଖ୍ରୀଷ୍ଟଙ୍କ ଜୀବନ ଏବଂ ଶିକ୍ଷାକୁ ମନେ ରଖିବାର ଏହା ଦିନ। ମୁଁ ସମସ୍ତଙ୍କୁ ଶୁଭ ବଡ଼ଦିନ କାମନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ...

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରି ରୋଡ ଶୋ’ରେ ବାହାରିଲେ ମୋଦି

ଅଯୋଧ୍ୟା,୫।୫: ଜାନୁଆରୀ ୨୨ରେ ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ ପାଇବା ପାଇଁ...

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ...

ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ଶ୍ରୀନଗର,୫।୫: ଲୋକ ସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ରବିବାର (ମେ ୫) ପିଡିପି ସଭାପତି ମେହବୁବା ମୁଫତିଙ୍କୁ ଏକ ସୋ କଜ...

ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେଇଥିବା ମୌଲବୀ ଗିରଫ

ସୁରଟ,୫ା୫: ଭାଜପାର ପୂର୍ବତନ ମୁଖପାତ୍ର ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେବା ସହ ହିନ୍ଦୁ ସଂଗଠନର ଜଣେ ନେତାଙ୍କୁ ହତ୍ୟା ଯୋଜନା କରିଥିବା ଅଭିଯୋଗରେ ସୁରଟର...

ଗୁରୁଦ୍ୱାରାରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ଚଣ୍ଡିଗଡ଼,୫ା୫: ପଞ୍ଜାବର ଫିରୋଜପୁରସ୍ଥିତ ଗୁରୁଦ୍ୱାରାରେ ଜଣେ ୧୯ ବର୍ଷୀୟ ଯୁବକ ପ୍ରବେଶ କରି ପବିତ୍ର ଗୁରୁଗ୍ରନ୍ଥ ସାହିବ୍‌ର କେତେକ ପୃଷ୍ଠା ଚିରିଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ...

ଅଯୋଧ୍ୟାରେ ମୋଦି, ନେଲେ ରାମଲାଲାଙ୍କ ଆଶିଷ

ଅଯୋଧ୍ୟା,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ସେ ଭଗବାନ ଶ୍ରୀ ରାମଙ୍କୁ ପୂଜା କରି ଆଶୀର୍ବାଦ ନେଇଛନ୍ତି। ମେ’...

ହ୍ବିଲ ଚେୟାରରେ ନଜର ଆସିଲେ ତେଜସ୍ବୀ, ହଠାତ୍‌ ହୋଇ ପଡିଲେ ଅସୁସ୍ଥ

ପାଟନା,୫।୫: ଲୋକ ସଭା ନିର୍ବାଚନକୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ ବିହାରର ରାଜନୈତିକ କରିଡରରୁ ବଡ ଖବର ଆସୁଛି, ଯେଉଁଠାରେ ବିହାର ବିଧାନସଭାରେ ବିରୋଧୀଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri