ସକ୍ରିୟ ମାମଲା କମୁଛି,ଦୈନିକ ସଂକ୍ରମଣ ବଢୁଛି…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଦେଶରେ ଗତ ଦୁଇଦିନ ଧରି ଲଗାତାର ସକ୍ରିୟ ମାମଲା କମୁଥିବାବେଳେ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୨ ଶହ ଉପରେ ରହିଛି। ଏହା ବଢ଼ି ୨୨୬ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨୦୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୩ ହଜାର ୪୨୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୩୯୭ଥିଲା। ସେହିପରି ୨୪ ଘଣ୍ଟାରେ ୧୯୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୮୩ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୯୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୭ ହଜାର ୧୦୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୨ ହଜାର ୯୮୯ ଜଣ ସୁସ୍ଥ ହୋଇ ସାରିଛନ୍ତି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ...

ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ...

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ...

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri