ହକି ଟ୍ରଫିକୁ ଭବ୍ୟ ସ୍ବାଗତ

ଭୁବନେଶ୍ୱର, ୨୬।୧୨(ବ୍ୟୁରୋ): ଭୁବନେଶ୍ୱର ଓ ରାଉରକେଲାରେ ହେବାକୁଥିବା ହକି ବିଶ୍ୱକପ୍‌ ପାଇଁ ଉତ୍କଣ୍ଠା ବଢ଼ିଛି। ନୂଆ ରୂପରେ ସଜେଇ ହେଉଛି ଉଭୟ ସହର। ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଭ୍ରମଣ କରିବା ପରେ ବିଶ୍ୱକପ୍‌ ଟ୍ରଫି ରବିବାର ଭୁବନେଶ୍ୱରରେ ପହଞ୍ଚତ୍ଛି। ଅପୂର୍ବ ଉତ୍ସାହ, ଆନନ୍ଦ ଓ ଉଦ୍ଦୀପନା ମଧ୍ୟରେ ଭୁବନେଶ୍ୱର ହକିପ୍ରେମୀ ଟ୍ରଫିକୁ ସ୍ବାଗତ କରିଛନ୍ତି। ବିଜ୍ଞାନ, ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, କମିଶନର ବିଜୟ ଅମୃତା କୁଲାଙ୍ଗେ ଓ ରାଜ୍ୟ କ୍ରୀଡ଼ା ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଟ୍ରଫିକୁ ସ୍ବାଗତ କରିଥିଲେ। ଏହି ଅବସରରେ ଯୋଡ଼ି ଶଙ୍ଖ, ଘୋଡ଼ାନାଚ ସହ ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା। ସେଠାରେ କ୍ରୀଡ଼ାମନ୍ତ୍ରୀ ଟ୍ରଫିକୁ ମେୟରଙ୍କୁ ହସ୍ତାନ୍ତର କରିଥିଲେ। ବିମାନବନ୍ଦରରେ ପହଞ୍ଚିବା ପରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପାଖରେ ବିଏମ୍‌ସି ପକ୍ଷରୁ ଭବ୍ୟ ସ୍ବାଗତ ଜଣାଯାଇଥିଲା। ସେଠାରେ ୧୧୦ ଓଡ଼ିଶୀ ନୃତ୍ୟଶିଳ୍ପୀ ନୃତ୍ୟ ପରିବେଷଣ କରିଥିଲେ। ଶହ ଶହ ସଂଖ୍ୟାରେ ଉପସ୍ଥିତ ମହିଳା ଶଙ୍ଖ, ହୁଳହୁଳି ସହ ଫୁଲ ବର୍ଷା କରିଥିଲେ। ଏହାପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ବାଇକ୍‌ ରାଲି ସହ ଲିଙ୍ଗରାଜ ମନ୍ଦିରକୁ ନିଆଯାଇଥିଲା। ସେଠାରେ ପୁରୀରୁ ଆସିଥିବା ଶ୍ରୀ ଜଗନ୍ନାଥ ବେଦକର୍ମକାଣ୍ଡ ମହାବିଦ୍ୟାଳୟର ୧୦୧ ଛାତ୍ର ଓ ପଣ୍ଡିତ ବେଦମନ୍ତ୍ର ପାଠକରି ଟ୍ରଫିକୁ ସ୍ବାଗତ କରିଥିଲେ।

ସେଠାରୁ ଏସ୍‌ପ୍ଲାନେଡ୍‌ ମଲ୍‌କୁ ନିଆଯାଇଥିଲା। ସେଠାରେ ଆୟୋଜିତ ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଯୁବପିଢ଼ି ଟ୍ରଫିକୁ ଦେଖି ଆନନ୍ଦ ଉଠାଇଥିଲେ। ପରେ ଟ୍ରଫି ସୋଆ ବିଶ୍ୱବିଦ୍ୟାଳୟ ଏବଂ ଶେଷରେ କିଟ୍‌ ବିଶ୍ୱବିଦ୍ୟାଳୟ ପରିକ୍ରମା କରିଥିଲା। କିଟ୍‌ର ଛାତ୍ରୀଛାତ୍ରଙ୍କ ଦ୍ୱାରା ଭବ୍ୟ ସ୍ବାଗତ କରାଯିବା ସହ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ବିମାନବନ୍ଦରରୁ କିଟ୍‌ ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ଆସିଥିବା ସମସ୍ତ ରାସ୍ତାରେ ଫୁଲ, ରଙ୍ଗୋଲିରେ ରାଜଧାନୀବାସୀ ଟ୍ରଫିକୁ ସ୍ବାଗତ କରିଥିଲେ। ଏହାପରେ ପର୍ଯ୍ୟାୟକ୍ରମେ ଟ୍ରଫି ରାଜ୍ୟର ସମସ୍ତ ଜିଲାକୁ ଯିବ ଏବଂ ଜାନୁୟାରୀ ୧୧ରେ ପୁନର୍ବାର ଭୁବନେଶ୍ୱର ଫେରିବ। ସୂଚନାଯୋଗ୍ୟ, ଡିସେମ୍ବର ୫ରେ ଏହି ଟ୍ରଫିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକି ଇଣ୍ଡିଆର ସଭାପତି ଦିଲୀପ ତିର୍କୀଙ୍କୁ ହସ୍ତାନ୍ତର କରିଥିଲେ। ଟ୍ରଫି ଟୁର୍‌ ୫ରୁ ଆରମ୍ଭ ହୋଇ ଦେଶର ବିଭିନ୍ନ ସହର ଦେଇ ପୁଣି ୨୫ ତାରିଖରେ ଭୁବନେଶ୍ୱରରେ ପହଞ୍ଚତ୍ଛି। ଏହା ୧୨ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳକୁ ଯାଇଥିଲା। ଜାନୁୟାରୀ ୧୩ରୁ ଓଡ଼ିଶାର ଭୁବନେଶ୍ୱର ଓ ରାଉରକେଲାରେ ବିଶ୍ୱକପ୍‌ ହକି ଅନୁଷ୍ଠିତ ହେବାକୁ ଯାଉଛି। ଏଭଳି ଏକ ନିଷ୍ପତ୍ତି ଦେଶର ସମସ୍ତ ହକିପ୍ରେମୀଙ୍କୁ ଉତ୍ସାହିତ କରିବ ବୋଲି ହକି ଇଣ୍ଡିଆ ସଭାପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri