ଦୈନିକ ସଂକ୍ରମଣ ୧୯୬, ସ୍ଥିତି ଉପରେ ତୀକ୍ଷ୍‌ଣ ନଜର…

ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୨ ଶହ ତଳେ ରହିଛି। ଏହା କମି ୧୯୬ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨୨୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ବଢ଼ି ୩ ହଜାର ୪୨୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୪୨୪ ଥିଲା। ସେହିପରି ୨୪ ଘଣ୍ଟାରେ ୧୯୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୯୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୯୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୭ ହଜାର ୩୦୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୩ ହଜାର ୧୭୯ ଜଣ ସୁସ୍ଥ ହୋଇ ସାରିଛନ୍ତି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri