ନେପାଳର ପ୍ରଧାନମନ୍ତ୍ରୀ ହେଲେ ମାଓବାଦୀ ନେତା ପ୍ରଚଣ୍ଡ

କାଠମାଣ୍ଡୁ,୨୬।୧୨: ମାଓବାଦୀ ନେତା ପୁଷ୍ପ କମଲ ଦହଲ ପ୍ରଚଣ୍ଡ ହେବେ ନେପାଳର ନୂଆ ପ୍ରଧାନମନ୍ତ୍ରୀ। ତାଙ୍କୁ ଦେଶର ୨୭୫ ଏମ୍‌ପିଙ୍କ ମଧ୍ୟରୁ ୧୬୫ଜଣଙ୍କ ସମର୍ଥନ ରହିଛି। ସରକାର ଗଠନ ପାଇଁ ପ୍ରଚଣ୍ଡଙ୍କ ଦଳ ସିପିଏନ୍‌-ଏମ୍‌ସି ପ୍ରଥମେ ଶେର ବାହାଦୂର ଦେଓବାଙ୍କ ନେପାଳୀ କଂଗ୍ରେସ ସହ ମେଣ୍ଟ ଭାଙ୍ଗିଥିଲା। ପରେ ପୂର୍ବତନ ପ୍ରଧାନମନ୍ତ୍ରୀ କେ ପି ଶର୍ମା ଓଲିଙ୍କ ପାର୍ଟି ସିପିଏନ୍‌-ୟୁଏମ୍‌ଏଲ୍‌ ସହ ମେଣ୍ଟ କରିଥିଲା। ନୂତନ ମେଣ୍ଟର ଦୁଇ ପ୍ରମୁଖ ପାର୍ଟି ମଧ୍ୟରେ ଏବେ ରୋଟେଶନ୍‌ ନୀତି ଆଧାରରେ ପ୍ରଧାନମନ୍ତ୍ରୀ ହେବା ଲାଗି ସହମତି ପ୍ରକାଶ ପାଇଛି। ଆଲୋଚନା ପରେ ପ୍ରଥମେ ପ୍ରଚଣ୍ଡଙ୍କୁ ପ୍ରଧାନମନ୍ତ୍ରୀ କରାଯାଇଉୀ। ଏହାପରେ ଓଲି ନେପାଳର ପ୍ରଧାନମନ୍ତ୍ରୀ ହେବେ।

ପ୍ରଚଣ୍ଡଙ୍କ ସହ ଭାରତର ସର୍ବଦା କିଛି ମଧୁର ତ କିଛି ତିକ୍ତ ସମ୍ପର୍କ ରହି ଆସିଛି। ଏହାପୂର୍ବରୁ ସେ ଦୁଇଥର ନେପାଳର ରାଜନୈତିକ ନେତୃତ୍ୱ ନେଇଛନ୍ତି। ସେହି ସମୟରେ ଚାଇନା ପ୍ରତି ତାଙ୍କର ପ୍ରେମ କାହାକୁ ଅଛପା ନ ଥିଲା। ଏହାଛଡ଼ା ତାଙ୍କର ପୂର୍ବ କାର୍ଯ୍ୟକାଳ ମଧ୍ୟରେ ସେ ଭାରତକୁ ନେଇ ଅନେକ କଟୁ ମନ୍ତବ୍ୟ ଦେଇଥିଲେ। ୨୦୦୯ରେ ଯେତେବେଳେ ପ୍ରଚଣ୍ଡ କ୍ଷମତା ହରାଇଥିଲେ, ସେତେବେଳେ ସେ ଏହା ପଛରେ ଭାରତର ହାତ ଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri