୮ ବର୍ଷ ପରେ ହେଲା ବିଦ୍ୟୁତ୍‌ ସଂଯୋଗ

କୋଦଳା,୨୬।୧୨(ଡି.ଏନ୍‌.ଏ.): ଦୀର୍ଘ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିଛି। ୮ ବର୍ଷ ଧରି ଅନ୍ଧକାରରେ ରହୁଥିବା ସାହିବାସିନ୍ଦାଙ୍କ ମୁହଁରେ ହସ ଫୁଟିଛି। ସୋମବାର ବିଦ୍ୟୁତ୍‌ ସଂଯୋଗ ପରେ ସାହିବାସିନ୍ଦା ଖୁସି ପ୍ରକଟ କରିଛନ୍ତି। ଗଞ୍ଜାମ ଜିଲା କୋଦଳା କିଶୋରନଗରରେ ୪୦ରୁ ଊଦ୍ଧର୍‌ବ ଲୋକ ବସବାସ କରୁଥିବା ବେଳେ ଦୀର୍ଘ ଦିନ ଧରି ଏଠାରେ ବିଜୁଳି ସଂଯୋଗ ହୋଇ ନ ଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ ଲୋକେ।

ଏନେଇ କୋଦଳା ଏନ୍‌ଏସି ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକଙ୍କୁ ସାହିବାସୀ ଜଣାଇଥିଲେ। ପରେ ଅଧ୍ୟକ୍ଷ କୋଦଳା ବିଦ୍ୟୁତ୍‌ ବିଭାଗ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏପରିକି ତୁରନ୍ତ ବିଦ୍ୟୁତ୍‌ ସଂଯୋଗ ନେଇ ଅଧ୍ୟକ୍ଷଙ୍କ ହସ୍ତକ୍ଷେପ ପରେ ସୋମବାର ବିଭାଗୀୟ ଅଧିକାରୀ ସାହିରେ ପହଞ୍ଚି ବିଦ୍ୟୁତ୍‌ ସଂଯୋଗ କରିଛନ୍ତି। ଯାହାକୁ ନେଇ ଖୁସି ପ୍ରକାଶ କରିଛନ୍ତି ସ୍ଥାନୀୟ ଲୋକେ। ବାରମ୍ବାର ବିଦ୍ୟୁତ୍‌ ବିଭାଗକୁ ଜଣାଇ ନିରାଶ ହୋଇଥିବା ବେଳେ ଅଧ୍ୟକ୍ଷ ନାୟକଙ୍କ ଉଦ୍ୟମକ୍ରମେ ବିଦ୍ୟୁତ୍‌ ସୁବିଧା ପାଇଥିବାରୁ ସାହିବାସିନ୍ଧା ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଅପରପକ୍ଷେ ସାହିକୁ ପକ୍କା ରାସ୍ତା ନ ଥିବାରୁ ସେନେଇ ଅଧ୍ୟକ୍ଷକଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri