ଆଜି କରୋନା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ):କିଛି ମାସ ପରେ ପୁଣି କରୋନା ସଂକ୍ରମଣ ଚିନ୍ତା ବଢ଼ାଇଛି। ଚାଇନାରେ ସଂକ୍ରମଣ ବଢ଼ିବା ପରେ ରାଜ୍ୟରେ କରୋନା ପରିସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ସମୀକ୍ଷା କରିବେ। ଏହି ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ସଚିବଙ୍କ ସହ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ। ଏହାସହ ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ମେଡିକାଲ କଲେଜ କର୍ତ୍ତୃପକ୍ଷ ମଧ୍ୟ ବୈଠକରେ ଯୋଗଦେବେ। ସମ୍ଭାବ୍ୟ କୋଭିଡ୍‌ ମୁକାବିଲା ପାଇଁ ରଣନୀତି ନେଇ ଆଲୋଚନା ହେବ।
ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ କୋଭିଡ୍‌ ମୁକାବିଲା ବ୍ୟବସ୍ଥାର ତଦାରଖ ପାଇଁ ମଙ୍ଗଳବାର ସାରା ଦେଶରେ ମକ୍‌ଡ୍ରିଲ ହେବ। ଜିଲାସ୍ତରରେ ହସ୍ପିଟାଲ ଓ ମେଡିକାଲ କଲେଜରେ ବେଡ୍‌, ଅକ୍ସିଜେନ, ଆଇସିୟୁ, କୋଭିଡ୍‌ କିଟ୍‌, ଔଷଧ, ଭେଣ୍ଟିଲେଟର, ପିପିଇ କିଟ୍‌ ସହ ମାନବ ସମ୍ବଳ ନେଇ ମକ୍‌ଡ୍ରିଲ ହେବ। ଏହି ତଥ୍ୟକୁ କେନ୍ଦ୍ର ସରକାରଙ୍କ କୋଭିଡ୍‌ ପୋର୍ଟାଲରେ ଜିଲା ପ୍ରଶାସନ ଅପ୍‌ଲୋଡ କରିବେ। ଏବେ ସରକାରୀ ହସ୍ପିଟାଲ ଓ ମେଡିକାଲ କଲେଜରେ କୋଭିଡ ପାଇଁ ଆଇସସୋଲେସନ୍‌ ବେଡ୍‌ ରଖାଯାଇଛ। ଯଦି କୋଭିଡ ସଂଖ୍ୟା ବଢେ, ପର୍ଯ୍ୟାୟ କ୍ରମେ ବେଡ୍‌ ସଂଖ୍ୟା ବଢାଯିବ।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri