ବିଏସ୍‌କେୱାଇରେ ୧୨ ମାସରେ ଚିକିତ୍ସିତ ହେଲେଣି ୬.୩୧ ଲକ୍ଷ

ଭୁବନେଶ୍ବର,୨୭ା୧୨(ବ୍ୟୁରୋ):ଓଡ଼ିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ବିଶେଷ ଅଗ୍ରଗତି ହାସଲ କିରିଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶାଳିନୀ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ଏକ କାର୍ଯ୍ୟାନ୍ବୟନ ସମୀକ୍ଷା ବୈଠକରୁ ଏହା ଜଣାପଡିଛି। ବିଏସ୍‌କେୱାଇ ବିଷୟରେ ସଦ୍ୟତମ ତଥ୍ୟ ଉପସ୍ଥାପନ କରି ଓଡ଼ିଶା ହେଲ୍‌ଥ ଆସ୍ୟୁରାନ୍ସ ସୋସାଇଟିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡି. କହିଛନ୍ତି, ଚଳିତ ବର୍ଷ ଜାନୁୟାରୀ ୧ରୁ ଡିସେମ୍ବର ୨୫ ପର୍ଯ୍ୟନ୍ତ ପ୍ରାୟ ୬.୩୧ ଲକ୍ଷ ଲୋକ ବିଭିନ୍ନ ଘରୋଇ ହସ୍ପିଟାଲରେ ଉଚ୍ଚମାନର ଦେୟମୁକ୍ତ ଚିକିତ୍ସା ପାଇଛନ୍ତି। ସେମାନଙ୍କ ଚିକିତ୍ସା ବାବଦରେ ରାଜ୍ୟ ସରକାର ଘରୋଇ ହସ୍ପିଟାଲଗୁଡ଼ିକୁ ପ୍ରାୟ ୧୩୮୯ କୋଟି ଟଙ୍କାର ବିଲ୍‌ ପୈଠ କରିଛନ୍ତି।
ରାଜ୍ୟର ସମସ୍ତ ୩୦ ଜିଲାର ଲୋକ ବିଏସ୍‌କେୱାଇରେ ଚିକିତ୍ସା ସୁବିଧା ପାଇଛନ୍ତି। ଚିକିତ୍ସା ପାଇଁ ଆସିଥିବା ଶତ ପ୍ରତିଶତ ରୋଗୀଙ୍କୁ ୧୦୪ କଲସେଣ୍ଟର୍‌ ମାଧ୍ୟମରେ କାଉନସେଲିଂ କରାଯାଇଛି। ନିଜ ପସନ୍ଦର ହସ୍ପିଟାଲରେ ଚିକିତ୍ସା ପାଇଁ ସେମାନଙ୍କୁ ଆବଶ୍ୟକ ସୂଚନା ଓ ସହାୟତା ଯୋଗାଇ ଦିଆଯାଇଛି। ହସ୍ପିଟାଲରେ ନିୟୋଜିତ ଥିବା ସ୍ବାସ୍ଥ୍ୟମିତ୍ରମାନେ ମଧ୍ୟ ସେମାନଙ୍କ ଆଡମିଶନ୍‌ ଓ ଚିକିତ୍ସା ପାଇଁ ନିଜେ ଉପସ୍ଥିତ ରହି ଡାକ୍ତରମାନଙ୍କ ସହ ଯୋଗାଯୋଗ ଏବଂ ଆବଶ୍ୟକ ପ୍ରକ୍ରିୟାଗତ ସହାୟତା କରିଛନ୍ତି। ବିଏସ୍‌କେୱାଇରେ ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୨୦୫୬ଟି ଚିକିତ୍ସା ଓ ନିଦାନ ପ୍ୟାକେଜ୍‌ କରାଯାଇଛି। ରୋଗୀମାନଙ୍କୁ ସେମାନଙ୍କ ରୋଗ ଅନୁସାରେ ଉପଯୁକ୍ତ ପ୍ୟାକେଜ୍‌ ଅନ୍ତର୍ଭୁକ୍ତ କରି ସମ୍ପୃକ୍ତ ହସ୍ପିଟାଲଗୁଡ଼ିକ ଚିକିତ୍ସା କରିଛନ୍ତି।
ରାଜ୍ୟର ବିଭିନ୍ନ ଦୂରଦୂରାନ୍ତ ଅଞ୍ଚଳଗୁଡ଼ିକରେ ବିଏସ୍‌କେୱାଇ ବିଷୟରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସ୍ବାସ୍ଥ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷତଃ ଗଜପତି, କନ୍ଧମାଳ, ସୋନପୁର, ନୂଆପଡ଼ା, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲାର ଗ୍ରାମାଞ୍ଚଳରେ ସଚେତନତା ଓ ସୂଚନା ପ୍ରଦାନ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ପାଇଁ କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ନେଇ ଏମିତି କହିଦେଲା ଚାଇନା: ବିଶ୍ୱରେ ଖେଳିଗଲା ଚାଞ୍ଚଲ୍ୟ, ଆମେରିକା….

ନୂଆଦିଲ୍ଲୀ,୨୫।୧୨: ଭାରତ-ଚାଇନା ସମ୍ପର୍କକୁ ନେଇ ଆମେରିକାର ପ୍ରତିରକ୍ଷା ବିଭାଗ (ପେଣ୍ଟାଗନ)ର ଏକ ସାମ୍ପ୍ରତିକ ରିପୋର୍ଟକୁ ଦେଖି ଚାଇନା ରାଗିଯାଇଛି। ରିପୋର୍ଟରେ କୁହାଯାଇଛି, ଚାଇନା ଦ୍ୱିପାକ୍ଷିକ ସମ୍ପର୍କକୁ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri