ମାନସିକ ବିକାରଗ୍ରସ୍ତ ହେଉଛନ୍ତି ସ୍ବାବଲମ୍ବୀ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ):ସେମାନେ ବାସହୀନ ଓ ମାନସିକ ବିକାରଗ୍ରସ୍ତ। କିନ୍ତୁ ଟିକେ ସାହାଯ୍ୟ ସହାନୁଭୂତି ପାଇଲେ ସ୍ବାବଲମ୍ବୀ ହେବାର ଆଶା ସେମାନଙ୍କ ମନରେ ସୃଷ୍ଟି ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବାସହୀନଙ୍କ ପାଇଁ ଉଦ୍ଦିଷ୍ଟ ଏକାମ୍ର ନୀଳୟରେ ଆରମ୍ଭ ହୋଇଛି ‘ସ୍ବାଭିମାନ କକ୍ଷ’। ବାସହୀନ ତଥା ମାନସିକ ବିକାରଗ୍ରସ୍ତଙ୍କୁ ଭିକ୍ଷାବୃତ୍ତିରୁ ନିବୃତ୍ତ କରିବା ତଥା ସ୍ବାଭିମାନ କରିବା ଉଦ୍ଦେଶ୍ୟରେ ଏହି ଯୋଜନା କରାଯାଇଛି। ରବିବାର ଜନପଥରେ ଆୟୋଜିତ ପଥୋତ୍ସବରେ ‘ସ୍ବାଭିମାନ କକ୍ଷ’ ଷ୍ଟଲ୍‌ରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଫିନାଇଲ୍‌, ପାପୋଛ ସହ ଅନ୍ୟାନ୍ୟ ଜିନିଷର ବେଶ୍‌ ଚାହିଦା ରହିଥିଲା। ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ବିଭିନ୍ନ ଘରୋଇ ଉପକରଣ ପ୍ରସ୍ତୁତି ପାଇଁ ପ୍ରାୟ ୧ମାସ ହେଲା ଏକାମ୍ର ନୀଳୟରେ ତାଲିମ ପ୍ରଦାନ ଆରମ୍ଭ ହୋଇଛି। ଓଡ଼ିଶା ପତିତା ଉଦ୍ଧାର ସମିତି ପକ୍ଷରୁ ଏହି ସମସ୍ତ କାର୍ଯ୍ୟ ପରିଚାଳନା କରାଯାଉଛି।
ଏକାମ୍ର ନୀଳୟରେ ୯୬ ଅନ୍ତେବାସୀ ରହିଥିବାବେଳେ ୧୫ ଜଣ ମାନସିକ ବିକାରଗ୍ରସ୍ତଙ୍କୁ ସ୍ବାବଲମ୍ବୀ କରିବା ପାଇଁ ଏହି କାର୍ଯ୍ୟକ୍ରମରେ ସାମିଲ କରାଯାଇଛି। ସେମାନଙ୍କ ମଧ୍ୟରେ ୯ ମହିଳା ଏବଂ ୬ ଜଣ ପୁରୁଷ ଅଛନ୍ତି। ଫିନାଇଲ୍‌ ବୋତଲ, ଝୋଟ ଓ ନଡ଼ିଆ କତାରୁ ବିଭିନ୍ନ ଘରୋଇ ଉପକରଣ ପ୍ରସ୍ତୁତ କରୁଛନ୍ତି। ବର୍ତ୍ତମାନ ସେମାନଙ୍କୁ ହାତଖର୍ଚ୍ଚ ଦିଆଯାଉଥିବା ଓଡ଼ିଶା ପତିତା ଉଦ୍ଧାର ସମିତିର ସମ୍ପାଦିକା ଆଭାରାଣୀ ଚୌଧୁରୀ କହିଛନ୍ତି। ସେମାନେ ନିଜର ଆଧାର କାର୍ଡ ହଜାଇ ଦେଇଥିବାରୁ ବ୍ୟାଙ୍କରେ ଖାତା ଖୋଲିବା ସମ୍ଭବ ହୋଇ ନ ଥିବା ସେ କହିଛନ୍ତି। ଆଗାମୀ ଦିନରେ କାମ କରୁଥିବା ଲୋକଙ୍କୁ ସେମାନଙ୍କ ପାରିଶ୍ରମିକ ସିଧା ବ୍ୟାଙ୍କଖାତାକୁ ପଠାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri