ଅବସରପ୍ରାପ୍ତ ଫରେଷ୍ଟରଙ୍କୁ ୨ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୭ା୧୨: ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗୋପୀନାଥପୁର ଗ୍ରାମର ଅଶୋକ କୁମାର ହୋତା ଭଞ୍ଜନଗର ସମ୍ମନ୍ବିତ ଜଳ ବିଭାଜିକା ପ୍ରକଳ୍ପ କର୍ମଚାରୀ ତଥା ବନପାଳ ଭାବେ ୧୯୯୭ରେ କାମ କରୁଥିଲେ। ସେହି ସମୟରେ ତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ସୋମବାର ଉକ୍ତ ମାମଲାର ଶୁଣାଣି ବେଳେ ଅଶୋକଙ୍କୁ ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା।
ଜଣ ସାକ୍ଷୀଙ୍କ ବୟାନ ଓ ଭିଜିଲାନ୍ସ ପକ୍ଷରୁ କୋର୍ଟରେ ଦାଖଲ କରାଯାଇଥିବା ଚାର୍ଜଶିଟକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଜଜ ତାଙ୍କୁ ୨ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ ସହ ୫ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟେ ଅତିରିକ୍ତ ୨ ମାସ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ରାୟ ପ୍ରକାଶ କରିଛନ୍ତି ବୋଲି ପିପି ସୁରେନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ୧୯୯୭ ମାର୍ଚ୍ଚ ୨୯ରେ ଅଶୋକଙ୍କର ୪ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ଏକ କାଳୀନ ଚଢାଉ କରିଥିଲା। ତାଙ୍କର ଆକଳନ ହୋଇଥିବା ସ୍ଥାବର ଓ ଅସ୍ଥାବର ସମ୍ପତ୍ତିରୁ ୨ଲକ୍ଷ ୮୩ ହଜାର ୬୫୮ଟଙ୍କାର ହିସାବ ସେ ଭିଜିଲାନ୍ସକୁ ଦେଇପାରି ନ ଥିଲେ। ଯାହାକି ତାଙ୍କ ଆୟର ଶତକଡା ୪୮.୨୮ ପ୍ରତିଶତ ଅଧିକ ରହିଥିଲା। ଭିଜିଲାନ୍ସ ତାଙ୍କୁ ମାମଲା ନମ୍ବର ୧୬/୯୭ ରେ ଗିରଫ କରି ପରେ ଜାମିନରେ ଛାଡ଼ିଥିଲା। ତତ୍କାଳୀନ ତଦନ୍ତକାରୀ ଅଧିକାରୀ ତଥା ଇନ୍ସପେକ୍ଟର ଦୟାନିଧି ଗୋଛାୟତ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri