Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ଭାଇ କାର ଦୁର୍ଘଟଣାରେ ଆହତ…

ବେଙ୍ଗାଲୁରୁ,୨୭।୧୨ : ଏକ ସଡ଼କ ଦୁର୍ଘଟଣାରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାନଭାଇ ପ୍ରହ୍ଲାଦ ମୋଦି ଆହତ ହୋଇଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କର୍ନାଟକର ମହୀଶୁରରେ ସେ ତାଙ୍କ ପରିବାର ସଦସ୍ୟଙ୍କ ସହ ଯାତ୍ରା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। କାରରେ ତାଙ୍କ ସ୍ତ୍ରୀ, ପୁଅ ଏବଂ ବୋହୂ ମଧ୍ୟ ଥିଲେ। କୁହାଯାଉଛି ଯେ ଏହି ଦୁର୍ଘଟଣାରେ ତାଙ୍କ ପୁଅ ଓ ବୋହୂ ମଧ୍ୟ ଆହତ ହୋଇଛନ୍ତି। ସମସ୍ତଙ୍କୁ ଚିକିତ୍ସା ପାଇଁ ଜେଏସଏସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟା ୪୫ ସମୟରେ କାଡାକୋଲା ନିକଟରେ ଏହି ଦୁର୍ଘଟଣା ଘଟିଛି। ବାନ୍ଦିପୁର ରାସ୍ତାରେ ପ୍ରହ୍ଲାଦ ମୋଦିଙ୍କ କାର ଡିଭାଇଡର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ସମସ୍ତଙ୍କର ଅବସ୍ଥା ଭଲ ଥିବା ଜଣାପଡ଼ିଛି। ଦୁର୍ଘଟଣାର ଫଟୋରେ ଏହା ଦେଖିବାକୁ ମିଳୁଛି ଯେ କାରର ଆଗ ଅଂଶ ଭାଙ୍ଗିଯାଇଛି ।
ମହୀଶୁର ଏସପି ସୀମା ଲଟକର ଡାକ୍ତରଖାନା ପରିଦର୍ଶନ କରିଛନ୍ତି ପୋଲିସ ଅଧିକାରୀ କହିଛନ୍ତି ଯେ ଏହି ଦୁର୍ଘଟଣାରେ ପରିବାରର ସଦସ୍ୟମାନେ ସାମାନ୍ୟ ଆହତ ହୋଇଛନ୍ତି ଏବଂ ବର୍ତ୍ତମାନ ଚିକିତ୍ସା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri