ବର୍ଷକରେ ୨୨ ମାମଲା, ୬୦ ଗିରଫ

ଭୁବନେଶ୍ୱର, ୨୮।୧୨ (ବ୍ୟୁରୋ): କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପକ୍ଷରୁ ମଙ୍ଗଳବାର ୨୦୨୨ର ବାର୍ଷିକ ରିପୋର୍ଟ ପ୍ରକାଶ ପାଇଛି। ବର୍ଷକରେ ଘର, ଜମି ଯୋଗାଣ, ଇନ୍‌କମ୍‌ ଟ୍ୟାକ୍ସ, ସାଇବର, ଚାକିରି, ଡିଜିଟାଲ ଲୋନ୍‌ ଠକେଇ ଆଦି ବଡ଼ ବଡ଼ ଘଟଣାକୁ ନେଇ ୨୨ଟି ମାମଲା ରୁଜୁ ହୋଇଥିବାବେଳେ ଏଥିରେ ୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ହୋଇଛି। ଏସବୁ ମାମଲାରେ ୬୦ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଉପରୋକ୍ତ ମାମଲାରେ ଚାଇନା, ହଂକଂ, ଥାଇଲାଣ୍ଡ, ମାଲେସିୟା, ସିଙ୍ଗାପୁର, ନେପାଳ, ଶ୍ରୀଲଙ୍କା ଆଦି ଦେଶରେ ଅଭିଯୁକ୍ତମାନେ ରହି ରାକେଟ ଚଳାଉଛନ୍ତି। ଇଓଡବ୍ଲ୍ୟୁ ଏସବୁ ମାମଲାରେ ତଦନ୍ତ କରିବା ସହ ବିଭିନ୍ନ ଲ’ ଏନ୍‌ଫୋର୍ସମେଣ୍ଟ ଏଜେନ୍‌ସି , ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି), ଇନ୍‌କମ୍‌ ଟ୍ୟାକ୍ସ, ଏଫ୍‌ଆଇୟୁ (ଫାଇନାନ୍‌ସିଆଲ୍‌ ଇଣ୍ଟେଲିଜେନ୍ସ ୟୁନିଟ), ଆର୍‌ବିଆଇ, ଇଣ୍ଟେଲିଜେନ୍ସ ବ୍ୟୁରୋ, ବ୍ୟୁରୋ ଅଫ୍‌ ଇମିଗ୍ରେସନ୍‌, ସିବିଆଇ, ସିଆଇଏସ୍‌ଏଫ୍‌, ଏକାଧିକ ବ୍ୟାଙ୍କ, ଜିଏସ୍‌ଟି କର୍ତ୍ତୃପକ୍ଷ, ମୁମ୍ବାଇ ପୋଲିସ, ଦିଲ୍ଲୀ ପୋଲିସ, କୋଲାକାତା ପୋଲିସ, ବାଙ୍ଗାଲୋର ପୋଲିସର ସହଯୋଗରେ କାର୍ଯ୍ୟ କରୁଛି। ଏଥିସହ ଗୁଗଲ, ଫେସ୍‌ବୁକ୍‌, ହ୍ବାଟ୍‌ସଆପ୍‌, ଗୋ-ଡାଡି ଆଦି ସହଯୋଗରେ କିଛି ମାମଲାରେ ତଦନ୍ତ ମଧ୍ୟ କରାଯାଉଛି। ତେବେ ସବୁଠୁ ବଡ଼ କଥା ହେଲା, ଡିଜିଟାଲ ଲୋନ ଆପ୍‌ ଠକେଇ ମାମଲାରେ ସାରା ଦେଶରେ ୧୦୮ଜଣ ଆତ୍ମହତ୍ୟା କରିଛନ୍ତି। ହେଲେ ଓଡ଼ିଶାରେ କେହି ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ଗ୍ରହଣ କରିନାହାନ୍ତି। ତେବେ ଇଓଡବ୍ଲ୍ୟୁ ପକ୍ଷରୁ ତଦନ୍ତ ସହ ଦୃଢ଼ ପଦକ୍ଷେପ ଗ୍ରହଣ କରାଯାଇଥିବାରୁ ଠକେଇର ଶିକାର ପୀଡିତଙ୍କ ଜୀବନ ବଞ୍ଚତ୍ୟାଇଥିବା ଇଓଡବ୍ଲ୍ୟୁ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri