ଉଗ୍ରସେନ ଗାଦିଚ୍ୟୁତ, କଂସଙ୍କ ସିଂହାସନ ଆରୋହଣ

ଅମରପାଲି,୨୮।୧୨(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ଆଞ୍ଚଳିକ ଧନୁଯାତ୍ରା ମହୋତ୍ସବ ମଙ୍ଗଳବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ଉତ୍ସବରେ ଅବସରପ୍ରାପ୍ତ ହାଇକୋର୍ଟର ବିଚାରପତି ଶତ୍ରୁଘ୍ନ ପୂଜାହାରୀ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ଆଞ୍ଚଳିକ ଧନୁଯାତ୍ରା କମିଟି ସଭାପତି ସତ୍ୟଞ୍ଜିବ ମିଶ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ଜିଲା ଆରକ୍ଷୀ ଅଧୀକ୍ଷକ ଅମରେଶ କୁମାର ପଣ୍ଡା, ବୀରମହାରାଜପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, ପୂର୍ବତନ ଜିଲା ଉଚ୍ଚ ଶିକ୍ଷା ପରାମର୍ଶଦାତା ଡ.ପ୍ରଫୁଲ୍ଲ କୁମାର ରଥ, ବୀରମହାରାଜପୁର ଓକିଲ ସଂଘ ସଭାପତି ଜତୀନ ପାଣିଗ୍ରାହୀ ସମ୍ମାନୀତ ଅତିଥିଭାବେ ଯୋଗଦେଇଥିଲେ। ଦ୍ବିତିକୃଷ୍ଣ ପଣ୍ଡା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କମିଟି ସମ୍ପାଦକ ବିଷ୍ଣୁଚରଣ ପଣ୍ଡା ବିବରଣୀ ପ୍ରଦାନ କରିଥିଲେ। ଶେଷରେ କମିଟି କୋଷାଧ୍ୟକ୍ଷ ମହେନ୍ଦ୍ର ଜଗଦଲା ଧନ୍ୟବାଦ ଅର୍ପଣ କରିଥିଲେ। ସାଂସ୍କୃତିକ ସଭାପରେ ମୁକ୍ତାକାଶ ରଙ୍ଗମଞ୍ଚରେ ନାଟ୍ୟାଭିକ୍ରମରେ ଧନୁଯାତ୍ରା ଲୀଳା ନାଟକ ପରିବେଷଣ କରାଯାଇଥିଲା। ନାଟ୍ୟାଭିକ୍ରମରେ ଦେବକୀ ବସୁଦେବ ବିବାହ, ଉଗ୍ରସେନ ଗାଦିଚ୍ୟୁତ, କଂସଙ୍କ ସିଂହାସନ ଆରୋହଣ ଆଦି ଦୃଶ୍ୟ ପରିବେଷଣ ହୋଇଥିଲା। ରଙ୍ଗସଭାରେ ନୃତ୍ୟଗୀତ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri