Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ତଦନ୍ତ କରିବା ହେବ କଷ୍ଟକର, ମହାରାଷ୍ଟ୍ର ବିଧାନସଭାରେ ଲୋକାୟୁକ୍ତ ବିଲ ପାରିତ…

ମୁମ୍ବାଇ,୨୮।୧୨ : ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି ସହିତ ମିଳିତ ଭାବେ ଗଠିତ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସରକାର ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବିଲ ପାରିତ କରିଛନ୍ତି। ମହାରାଷ୍ଟ୍ର ଲୋକାୟୁକ୍ତ ବିଲ ୨୦୨୨ ମହାରାଷ୍ଟ୍ର ବିଧାନସଭାରେ ଶିନ୍ଦେ ସରକାରଙ୍କ ଦ୍ୱାରା ପାରିତ ହୋଇଛି।

ଅନେକ ଦଳର ନେତା ଏହି ବିଲକୁ ବିରୋଧ କରୁଥିଲେ। ଏହା ସତ୍ତ୍ୱେ ମହାରାଷ୍ଟ୍ର ବିଧାନସଭାରେ ଏହି ବିଲ ପାରିତ ହୋଇଛି।ଏହି ବିଲ ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କୌଣସି ତଦନ୍ତ ଆରମ୍ଭ କରିବା ପୂର୍ବରୁ ଲୋକାୟୁକ୍ତଙ୍କୁ ବିଧାନସଭାର ଅନୁମୋଦନ ନେବାକୁ ପଡ଼ିବ। ଏହା ସହିତ ବିଧାନସଭାର ମୋଟ ସଦସ୍ୟମାନଙ୍କ ଅତିକମରେ ଦୁଇ-ତୃତୀୟାଂଶ ଅନୁମୋଦନ ଆବଶ୍ୟକ ହେବ। ଫଳରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ତଦନ୍ତ କରିବା କଷ୍ଟକର ହେବ।

ଏହା ହେଉଛି ଏକ ବିଲ ଯେଉଁଥିରେ ମୁଖ୍ୟମନ୍ତ୍ରୀ ଏବଂ କ୍ୟାବିନେଟକୁ ଦୁର୍ନୀତି ବିରୋଧୀ ଲୋକପାଳଙ୍କ ଅଧୀନରେ ଆଣିବା ପାଇଁ ବ୍ୟବସ୍ଥା ରହିଛି। ଏହି ବିଲରେ ଏହା ମଧ୍ୟ କୁହାଯାଇଛି ଯେ, ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ, ଯାହା ଆଭ୍ୟନ୍ତରୀଣ ସୁରକ୍ଷା କିମ୍ବା ଜନସାଧାରଣଙ୍କ ଆଦେଶ ସହିତ ଜଡ଼ିତ ଏପରି ମାମଲାର ଲୋକାୟୁକ୍ତ ଯାଞ୍ଚ୍‌ କରିବ ନାହିଁ।

ଯଦି ଲୋକାୟୁକ୍ତ ଏହି ସିଦ୍ଧାନ୍ତରେ ପହଞ୍ଚିବେ ଯେ ଏହା ପ୍ରକାଶ ଯୋଗ୍ୟ ନୁହେଁ ତେବେ ଏଭଳି ଘଟଣାର ତଦନ୍ତ ଗୁପ୍ତ ରଖାଯିବ। ଅନୁସନ୍ଧାନର ରେକର୍ଡ ପ୍ରକାଶ ପାଇବ ନାହିଁ କିମ୍ବା କାହା ପାଇଁ ଉପଲବ୍ଧ ହେବ ନାହିଁ ।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri