ଜନଜାତି ସମ୍ପ୍ରଦାୟକୁ ରାଜ୍ୟ ଜନଜାତି ତାଲିକାରେ ଅନ୍ତର୍ଭୁକ୍ତ ଦାବି

ସୁନ୍ଦରଗଡ଼,୨୮ା୧୨(ଡି.ଏନ୍‌.ଏ.): ଓଡ଼ିଶା ୧୬୦ରୁ ଊଦ୍ଧର୍‌ବ ଜନଜାତି ସମ୍ପ୍ରଦାୟଙ୍କୁ ରାଜ୍ୟ ଜନଜାତି ତାଲିକାରେ ଅନ୍ତର୍ଭୁକ୍ତ କରିବାରେ କେନ୍ଦ୍ର ସରକାରଙ୍କ ଅବହେଳା ପ୍ରତିବାଦରେ ବୁଧବାର ସୁନ୍ଦରଗଡ଼ ବିଜୁ ଜନତା ଦଳ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଡିଆର୍‌ଡିଏ ଛକରେ ବିକ୍ଷୋଭ ପ୍ରଦର୍ଶନ ସହ ଗଣଧାରଣା ଦିଆଯାଇଥିଲା। ଏଥିରେ ଜିଲା ବିଜେଡି ସଭାପତି ତଥା ସୁନ୍ଦରଗଡ଼ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ବିନୟ ଟପ୍ପୋଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପୂର୍ବତନ ବିଧାୟକ ଯୋଗେଶ କୁମାର ସିଂହ, ଜିଲା ପରିଷଦ ଅଧ୍ୟକ୍ଷା କୁନ୍ତୀ ପ୍ରଧାନ,ଉପାଧ୍ୟକ୍ଷ କମଲ ଲାକ୍ରା,ସ୍ବତନ୍ତ୍ର ଉନ୍ନୟନ ପରିଷଦର ଉପାଧ୍ୟକ୍ଷ ସୁଶୀଲା ଟପ୍ପୋ, ପୂର୍ବତନ ନଗରପାଳ ବେତୁଧର ତାଣ୍ଡିଆ, ଉପନଗରପାଳ ଲଲାଟେନ୍ଦୁ ପରିଡ଼ା,ବରିଷ୍ଠ ନେତା ଜୟନାରାୟଣ ତ୍ରିପାଠୀ,ରାଜ୍ୟ ଯୁବ ବିଜେଡି କାର୍ଯ୍ୟକାରୀ ସଭାପତି ବୈକୁଣ୍ଠ ନାଏକ, କାଉନସିଲର ସୁମନ୍ତ ସାହୁ,ଶିବାଜୀ ନାଏକ,ଜିଲା ପରିଷଦ ସଭ୍ୟ ଜଲନୀ କେର୍କେଟା, ମନୋଜ ବରୁଆ,ମଞ୍ଜୁଲତା ନାଏକ ପ୍ରମୁଖ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଅବହେଳା ନୀତିକୁ ସମାଲୋଚନା କରିଥିଲେ। ପରେ ଏକ ଶୋଭାଯାତ୍ରାରେ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ପହଞ୍ଚି ୧୬୦ ଜନଜାତିଙ୍କୁ ରାଜ୍ୟ ଜନଜାତି ତାଲିକାରେ ସାମିଲ ଦାବି ନେଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri