ଅନୁଗୋଳ ଅଫିସ, ୨୬।୭-ଅନୁଗୋଳ ଜିଲା ବନ୍ତଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ପୋଲିସ ତାଙ୍କ ପ୍ରେମିକଙ୍କ ଘରୁ ଉଦ୍ଧାର କରିଛି। ପରିବାର ଲୋକଙ୍କ ଅଭିଯୋଗ କ୍ରମେ ବନ୍ତଳା ପୋଲିସ ନାବାଳିକାଙ୍କୁ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ ସମିତିରେ ହାଜର କରିଥିଲା। ହେଲେ ନାବାଳିକା ଜଣକ ଘରକୁ ଫେରିବାକୁ ରାଜି ହୋଇ ନ ଥିଲେ। ପରିବାର ଲୋକେ ତାଙ୍କୁ ନିର୍ଯାତନା ଦେବା ସହ ପ୍ରେମିକଙ୍କୁ ଫସାଇ ଜେଲ୍ ପଠାଇଥିବାରୁ ସେ ଏବେ ପ୍ରେମିକଙ୍କ ଘରେ ରହିବେ ବୋଲି ଜିଦ୍ ଧରିଥିଲେ। ଶେଷରେ ତାଙ୍କୁ ଏକ ବାଳାଶ୍ରମକୁ ପଠାଇ ଦିଆଯାଇଛି।
ନାବାଳିକା ଜଣକ ଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ବେଳେ ଯୁକ୍ତ ୨ ରେ ପଢ଼ୁଥିବା ତାଙ୍କ ଗଁାର ଜଣେ ଯୁବକଙ୍କ ସହ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଦୀର୍ଘ ଦିନ ହେବ ଦୁହିଁଙ୍କ ମଧ୍ୟରେ ସମ୍ପର୍କ ଥିଲେ ବି ଉଭୟ ପରିବାର ଲୋକେ କିଛି ଜାଣି ନ ଥିଲେ। କିନ୍ତୁ ପ୍ରେମିକା ମାଟ୍ରିକ ପାସ୍ କରିବା ପରେ ଗତ ଏପ୍ରିଲରେ କୌଣସି କାରଣରୁ ସେମାନଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇ ଘଟଣା ପଦାକୁ ଆସିଥିଲା। ଏପରି କି ନାବାଳିକା ଜଣକ ପ୍ରେମିକ ତାଙ୍କୁ ହଇରାଣ କରୁଥିବା ଘର ଲୋକଙ୍କ ଆଗରେ ପ୍ରକାଶ କରିଥିଲେ। ଏହାପରେ ନାବାଳିକାଙ୍କ ଭାଇ ସମ୍ପୃକ୍ତ ପ୍ରେମିକଙ୍କୁ ତାଗିଦ୍ କରିଥିଲେ। ପ୍ରେମିକ ଜଣକ ରାଗରେ ମୋବାଇଲରେ ଥିବା ନାବାଳିକାଙ୍କ ଅଶ୍ଲୀଳ ଫଟୋକୁ ତାଙ୍କ ଭାଇଙ୍କ ମୋବାଇଲକୁ ପଠାଇ ଦେଇଥିଲେ। ଏହାପରେ ନାବାଳିକା ପରିବାର ଲୋକମାନେ ଝିଅକୁ ପ୍ରେମିକ ବଳାତ୍କାର କରିଥିବା ନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏ ନେଇ ନଂ. ୮୦/୧୯ରେ ପୋଲିସ ଏକ ମାମଲା ରୁଜୁ କରି ପ୍ରେମିକଙ୍କୁ କୋର୍ଟଚାଲାଣ କରିଥିଲା। କିନ୍ତୁ ୮ ଦିନ ତଳେ ହଠାତ୍ ନାବାଳିକା ନିଜ ଘର ଛାଡ଼ି ପ୍ରେମିକଙ୍କ ଘରକୁ ଚାଲି ଆସିଥିଲେ। ଏ ନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିବା ପରେ ବନ୍ତଳା ପୋଲିସ ତାଙ୍କୁ ଉଦ୍ଧାର କରିଥିଲା। ହେଲେ ଜିଲା ଶିଶୁ ମଙ୍ଗଳ ସମିତିରେ ହାଜର ପରେ ନାବାଳିକା ଜଣକ ନିଜ ପରିବାର ବିରୋଧରେ ଅନେକ ଅଭିଯୋଗ କରିଥିଲେ। ସେ ଏବେ ବି ସମ୍ପର୍କରେ ଥିଲେ ବି ପରିବାର ଲୋକେ ଜାଣିଶୁଣି ପ୍ରେମିକଙ୍କୁ ଫସାଇ ଦେବା ସହ ତାଙ୍କୁ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ କରିଥିଲେ। ତେଣୁ ସେ ନିର୍ଯାତନା ସହି ନ ପାରି ପ୍ରେମିକଙ୍କ ଘରକୁ ଚାଲି ଆସିଥିବା କହିଥିଲେ। ସେ ଆଉ ଘରକୁ ଫେରିବାକୁ ଚାହୁଁନାହାନ୍ତି ବୋଲି ଶୁଣାଇଦେବା ପରେ ପରିବାର ଲୋକମାନେ ମଧ୍ୟ ନାବାଳିକାଙ୍କୁ ଆଉ ସାଥିରେ ନେବା ପାଇଁ ମନା କରିଦେଇଥିଲେ। ଫଳରେ ଶିଶୁ ମଙ୍ଗଳ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନାବାଳିକାଙ୍କୁ ବନ୍ତଳା ଥାନାର ଜଣେ ମହିଳା ଅଧିକାରୀ ଏକ ବାଳାଶ୍ରମକୁ ପଠାଇ ଦେଇଥିବା ଖବର ମିଳିଛି।
ଏ ସମ୍ପର୍କରେ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷ କହିଛନ୍ତି, ଘରକୁ ଯିବାକୁ ସମ୍ପୃକ୍ତା ନାବାଳିକା ରାଜି ନ ହେବାରୁ ତାଙ୍କୁ ଅନ୍ୟତ୍ର ଥଇଥାନ କରାଯାଇଛି।
ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…
ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...
ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ
ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...
ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ
ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...
ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ
ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...
ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…
ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...
ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ
ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...
ସକାଳୁ ସକାଳୁ ବାଜିଲା ଗୁଳି….
ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...
ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…
ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...
Archives


