Posted inଖେଳ

ପନ୍ତଙ୍କୁ ନେଇ ବିସିସିଆଇ ଜାରି କଲା ବିିଜ୍ଞପ୍ତି

ମୁମ୍ବାଇ,୩୦।୧୨: ଭାରତୀୟ କ୍ରିକେଟ ଦଳର ଉଇକେଟ କିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି। ଦିଲ୍ଲୀରୁ ନିଜ ସହର ରୁର୍‌କି ଯାଉଥିବା ପନ୍ତଙ୍କ କାର ସକାଳ ୫.୩୦ରେ ଡିଭାଇଡରକୁ ଧକ୍କା ଦେଇଥିଲା। ପନ୍ତଙ୍କ କାର୍‌ରେ ନିଆଁ ଲାଗି ଯାଇଥିଲା। ହେଲେ ସୌଭାଗ୍ୟବଶତଃ ତାଙ୍କୁ ଉଦ୍ଧାର କରାଯାଇ ଜିଲା ଡାକ୍ତରଖାନାରେ ପହଞ୍ଚା ଯାଇଥିଲା। ପରେ ତାଙ୍କୁ ଡେରାଡୁନର ମ୍ୟାକ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ଏଭଳି ପରିସ୍ଥିତିରେ ବିସିସିଆଇ ପକ୍ଷରୁ ପନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ଏବଂ ଆଘାତ ସମ୍ପର୍କରେ ଏକ ଅପ୍‌ଡେଟ୍‌ ଜାରି କରାଯାଇଛି।

ପନ୍ତଙ୍କ ଦୁର୍ଘଟଣା ସମ୍ପର୍କରେ ବିସିସିଆଇ ଏକ ପ୍ରେସ ବିଜ୍ଞପ୍ତି ଜାରି କରି କହିଛି, ଶୁକ୍ରବାର ସକାଳେ ରୁର୍‌କିରେ ଏକ ସଡ଼କ ଦୁର୍ଘଟଣାରେ ପନ୍ତ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ତାଙ୍କୁ ସକ୍ଷମ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ଏବଂ ଟ୍ରମା ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଦୁର୍ଘଟଣା ପରେ ଆହତ ଅବସ୍ଥାରେ ତାଙ୍କୁ ଚିକିତ୍ସା କରାଯାଇଥିଲା।

ସେହିଭଳି ବିସିସିଆଇ ଆଘାତର ବିଷୟରେ ସୂଚନା ଦେଇ କହିଛି, ପନ୍ତଙ୍କ କପାଳର ଦୁଇଟି ସ୍ଥାନରେ ଆଘାତ ଲାଗିଛି। ତାଙ୍କ ଡାହାଣ ଆଣ୍ଠୁରେ ଏକ ଲିଗାମେଣ୍ଟ ଚିରି ହୋଇଯାଇଛି। ତାଙ୍କ ଡାହାଣ ହାତ ପାପୁଲି ଏବଂ ଗୋଇଠିରେ ମଧ୍ୟ ଆଘାତ ଲାଗିଛି। ସେହିଭଳି ତାଙ୍କ ପିଠିରେ ଅନେକ କ୍ଷତ ଚିହ୍ନ ମଧ୍ୟ ଅଛି। ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ରହିଛି ଏବଂ ତାଙ୍କୁ ଡେରାଡୁନର ମ୍ୟାକ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଆହତ ହେବାର ଗମ୍ଭୀରତାକୁ ଆକଳନ କରିବା ପାଇଁ ପନ୍ତଙ୍କ ଏମଆରଆଇ ପରୀକ୍ଷା କରାଯାଇଛି, ଯାହାର ରିପୋର୍ଟ ଆସିବା ପରେ ତାଙ୍କର ପରବର୍ତ୍ତୀ ଚିକିତ୍ସା ଲାଗି ନିଷ୍ପତ୍ତି ନିଆଯିବ।

ଚିକିତ୍ସା କରୁଥିବା ଡାକ୍ତରୀ ଦଳ ସହିତ ବିସିସିଆଇ ଡାକ୍ତରୀ ଦଳ ଯୋଗାଯୋଗରେ ଅଛନ୍ତି। ଏଥିସହ ତାଙ୍କ ପରିବାର ସହିତ ବିସିସିଆଇ ନିରନ୍ତର ଯୋଗାଯୋଗରେ ଅଛି। ପନ୍ତଙ୍କୁ ସର୍ବୋତ୍ତମ ସମ୍ଭାବ୍ୟ ଚିକିତ୍ସା ସେବା ମିଳିବା ନେଇ ସୁନିଶ୍ଚିତ କରୁଛି ବୋଲି ବୋର୍ଡ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri