ବିଦାୟ ୨୦୨୨, ଦମଦାର ହେବ ୨୦୨୩: କିମ୍‌ ଜୋଙ୍ଗ ଉନ୍‌…

ପ୍ୟୋଙ୍ଗୟାଙ୍ଗ,୩୧।୧୨ : ଦକ୍ଷିଣ କୋରିଆର ଆକାଶ ମାର୍ଗରେ ଡ୍ରୋନ ଉତକ୍ଷେପଣକୁ ନେଇ ଉତ୍ତେଜନା ବୃଦ୍ଧି ପାଇବା ପରେ ଉତ୍ତର କୋରିଆ ଶନିବାର ଏହାର ପୂର୍ବ ଜଳ କ୍ଷେତ୍ର ଆଡକୁ ତିନୋଟି ସ୍ବଳ୍ପ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଦକ୍ଷିଣ କୋରିଆର ଜଏଣ୍ଟ ଚିଫ୍‌ ଅଫ ଷ୍ଟାଫ ଏକ ବିବୃତ୍ତିରେ କହିଛନ୍ତି ଯେ ଶନିବାର ସକାଳେ ଉତ୍ତର କୋରିଆର ରାଜଧାନୀ ପ୍ୟୋଙ୍ଗୟାଙ୍ଗର ଦକ୍ଷିଣରୁ ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ଙ୍କ ସୈନ୍ୟବାହିନୀ ତିନୋଟି କ୍ଷେପଣାସ୍ତ୍ର ଉତକ୍ଷେପଣ କରିଛି। ସେ କହିଛନ୍ତି ଯେ କ୍ଷେପଣାସ୍ତ୍ର ଉତକ୍ଷେପଣ ପରେ ଦକ୍ଷିଣ କୋରିଆ ସତର୍କତା ବୃଦ୍ଧି କରିଛି ଏବଂ ଆମେରିକା ସହ ଘନିଷ୍ଠ ସମନ୍ବୟ ରକ୍ଷା କରି ପ୍ରତ୍ୟେକ ପରିସ୍ଥିତିର ମୁକାବିଲା କରିବାକୁ ପ୍ରସ୍ତୁତ ଅଛି।

୨୦୨୨ବର୍ଷ ଶେଷ ହୋଇଛି। ୨୦୨୨ ବର୍ଷରେ ଉତ୍ତର କୋରିଆ ନେତା କିମ ଜୋଙ୍ଗ ଉନ ରେକର୍ଡ ସଂଖ୍ୟକ କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ଆସନ୍ତା ୨୦୨୩ବର୍ଷ ମଧ୍ୟ ସେ ଅସ୍ତ୍ରଶସ୍ତ୍ର ଦୌଡ଼ରେ ଅଂଶଗ୍ରହଣ କରିବେ ବୋଲି ସେ କିମ୍‌ ସୂଚିତ କରିଛନ୍ତି। ୨୦୨୩ ପାଇଁ, କିମ ଆତ୍ମନିର୍ଭରଶୀଳ ପ୍ରତିରକ୍ଷା କ୍ଷମତା ବୃଦ୍ଧି କରିବାକୁ ନୂତନ ଗୁରୁତ୍ୱପୂର୍ଣ୍ଣ ଲକ୍ଷ୍ୟ ସ୍ଥିର କରିଛନ୍ତି। ଏହି ଲକ୍ଷ୍ୟଗୁଡିକ ବିଷୟରେ ଅଧିକ ସୂଚନା ଉପଲବ୍ଧ ନାହିଁ, କିନ୍ତୁ ଏହା ସ୍ପଷ୍ଟ ଯେ ଉତ୍ତର କୋରିଆ ଶୀଘ୍ର ସାମରିକ ଶକ୍ତି ଅଗ୍ରଗତି କରିବ । କିମ୍‌ କହିଛନ୍ତି ଯେ, ବିଦାୟ ୨୦୨୨, ଦମଦାର ହେବ ୨୦୨୩।

ଅନ୍ୟପକ୍ଷରେ ଜାପାନର ପ୍ରତିରକ୍ଷା ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି ଯେ ଉତ୍ତର କୋରିଆ ସନ୍ଦେହଜନକ ଭାବେ ବାଲିଷ୍ଟିକ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଗତ ଆଠ ଦିନ ମଧ୍ୟରେ ଉତ୍ତର କୋରିଆ ଦ୍ୱାରା ଏହା ପ୍ରଥମ କ୍ଷେପଣାସ୍ତ୍ର ଉତକ୍ଷେପଣ। ପାଞ୍ଚ ଦିନ ପୂର୍ବେ ଦକ୍ଷିଣ କୋରିଆ ପ୍ୟୋଙ୍ଗୟାଙ୍ଗକୁ ଏହାର ଆକାଶରେ ପାଞ୍ଚଟି ଡ୍ରୋନ ପଠାଇଥିବା ଅଭିଯୋଗ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri