Posted inଜାତୀୟ

ବର୍ଷକରେ କଶ୍ମୀରରେ ୧୮୬ ଆତଙ୍କବାଦୀ ନିହତ, ୧୫୯ ଗିରଫ

ଜମ୍ମୁ,୧।୧: ଜମ୍ମୁ-କଶ୍ମୀରରେ ବିଦାୟୀ ବର୍ଷ ୨୦୨୨ରେ ମୋଟ ୧୮୬ ଆତଙ୍କବାଦୀ ନିହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫୬ ଜଣ ପାକିସ୍ତାନୀ। ଏହା ବ୍ୟତୀତ ବର୍ଷକ ମଧ୍ୟରେ ୧୫୯ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସୁରକ୍ଷା ବଳ ପାଇଁ ୨୦୨୨ ସବୁଠୁ ସଫଳ ବର୍ଷ ଥିଲା ବୋଲି ଜମ୍ମୁ-କଶ୍ମୀର ପୋଲିସ ମହାନିର୍ଦ୍ଦେଶକ ଦିଲ୍‌ବାଗ ସିଂ ଶନିବାର କହିଛନ୍ତି। କେନ୍ଦ୍ରଶାସିତ ଅଞ୍ଚଳକୁ ଆତଙ୍କବାଦ ଶୂନ୍ୟ କରିବା ଦିଗରେ ପୋଲିସ ଓ ଅନ୍ୟାନ୍ୟ ସୁରକ୍ଷା ସଂସ୍ଥା ଠିକ୍‌ ଦିଗରେ ଅଗ୍ରସର ହୋଇଛି ବୋଲି ବର୍ଷଶେଷ ଖବରଦାତା ସମ୍ମିଳନୀରେ ଦିଲ୍‌ବାଗ କହିଛନ୍ତି। ବିଦାୟୀ ବର୍ଷରେ ୧୪୬ଟି ପାକିସ୍ତାନୀ ଟେରୋର ମଡ୍ୟୁଲ୍‌ର ପର୍ଦ୍ଦାଫାଶ୍‌ କରାଯାଇଛି। ପ୍ରତି ମଡ୍ୟୁଲ୍‌ରେ ୪ରୁ ୫ ଜଣ ସଦସ୍ୟ ଥିଲେ ଏବଂ ସେମାନଙ୍କୁ ନିର୍ଦ୍ଦିଷ୍ଟ ତଥା ଟାର୍ଗେଟ କିଲିଂ କରିବା ଏବଂ ଗ୍ରେନେଡ୍‌, ଆଇଇଡିରେ ଆକ୍ରମଣ କରିବାକୁ ଦାୟିତ୍ୱ ଦିଆଯାଇଥିଲା। ୨୦୨୨ରେ ଜମ୍ମୁ-କଶ୍ମୀରର ୧୦୦ ଜଣ ଯୁବକ ଆତଙ୍କବାଦରେ ସାମିଲ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିହତ ହୋଇଛନ୍ତି। ସକ୍ରିୟ ଆତଙ୍କବାଦୀଙ୍କ ସଂଖ୍ୟା ହ୍ରାସ କରିବା ଦିଗରେ ସୁରକ୍ଷା ବଳ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri