Posted inଜାତୀୟ

ବନ୍ଦୀ ତାଲିକା ଘୋଷଣା କଲେ ଭାରତ-ପାକିସ୍ତାନ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧ : ଭାରତ ଏବଂ ପାକିସ୍ତାନ ରବିବାର ଦିନ ନିଜ ନିଜ ଜେଲରେ ରହୁଥିବା ସାଧାରଣ ନାଗରିକ କଏଦୀ ଏବଂ ମତ୍ସ୍ୟଜୀବୀଙ୍କ ତାଲିକା ପରସ୍ପରକୁ ହସ୍ତାନ୍ତର କରିଛନ୍ତି। ଭାରତରେ ୩୩୯ ପାକିସ୍ତାନୀ ନାଗରିକ ଏବଂ ୯୫ ମତ୍ସ୍ୟଜୀବୀ ଜେଲରେ ଅଛନ୍ତି ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ସୂଚନା ଦେଇଛି। ଏହି ବନ୍ଦୀମାନଙ୍କ ତାଲିକା ରବିବାର ଦିନ ପାକିସ୍ତାନକୁ ହସ୍ତାନ୍ତର କରାଯାଇଛି। ଏହା ସହିତ ଉଭୟ ଦେଶ ମଧ୍ୟ ଏହି ବନ୍ଦୀମାନଙ୍କୁ ଶୀଘ୍ର ମୁକ୍ତ କରିବା ପାଇଁ ପଦକ୍ଷେପ ନେବାକୁ ରାଜି ହୋଇଛନ୍ତି।

ମନ୍ତ୍ରଣାଳୟ କହିଛି ଯେ ଏକ ଚୁକ୍ତିନାମା ଅନୁଯାୟୀ ଉଭୟ ଦେଶ ପ୍ରତିବର୍ଷ ଜାନୁଆରୀ ୧ ଏବଂ ଜୁଲାଇ ୧ ରେ କୂଟନୈତିକ ଚ୍ୟାନେଲ ମାଧ୍ୟମରେ ବନ୍ଦୀ ଥିବା ସାଧାରଣ ନାଗରିକ ଏବଂ ମତ୍ସ୍ୟଜୀବୀଙ୍କ ତାଲିକା ପରସ୍ପରକୁ ହସ୍ତାନ୍ତର କରିଥାନ୍ତି।

ପାକିସ୍ତାନ ଦାଖଲ କରିଥିବା ତାଲିକା ଅନୁଯାୟୀ ୫୧ ଭାରତୀୟ ନାଗରିକ ଏବଂ ୬୫୪ ମତ୍ସ୍ୟଜୀବୀ ପାକିସ୍ତାନୀ ଜେଲରେ ରହିଛନ୍ତି ବୋଲି ପାକିସ୍ତାନ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି। ଏହି ବନ୍ଦୀମାନଙ୍କୁ ଶୀଘ୍ର ମୁକ୍ତ କରିବାକୁ ଭାରତ ଦାବି କରିଛି। ଏଥିମଧ୍ୟରୁ 631 ଜଣ ଭାରତୀୟ ମତ୍ସ୍ୟଜୀବୀ ଏବଂ ଦୁଇ ଜଣ ଭାରତୀୟ ନାଗରିକ ନିଜର ଦଣ୍ଡ ଅବଧି ପୂରଣ କରି ସାରିଛନ୍ତି। ଏଭଳି ପରିସ୍ଥିତିରେ ପାକିସ୍ତାନରୁ ସେମାନଙ୍କ ମୁକ୍ତିକୁ ତ୍ୱରାନୱିତ କରିବାକୁ ଭାରତ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri