Posted inଜାତୀୟ

ଯୌନ ନିର୍ଯାତନା ଅଭିଯୋଗ ପରେ ଇସ୍ତଫା ଦେଲେ କ୍ରୀଡା ମନ୍ତ୍ରୀ

ଚଣ୍ଡିଗଡ,୧।୧: ହରିୟାଣାର ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ତଥା ପୂର୍ବତନ ହକି ଖେଳାଳି ସନ୍ଦୀପ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ହୋଇଛି। ଏହି ଅଭିଯୋଗ ଆସିବା ସେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ମହିଳା ହକି ଦଳର କୋଚ ତାଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି।
ଚଣ୍ଡିଗଡ଼ର ସେକ୍ଟର-୨୬ ପୋଲିସ ଷ୍ଟେଶନରେ ଆଇପିସିର ଧାରା -୩୫୪, ୩୫୪ ଏ, ୩୫୪ବି, ୩୪୨, ୫୦୬ ଅନୁଯାୟୀ ସନ୍ଦୀପଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ମନ୍ତ୍ରୀଙ୍କ ଅଭିଯୋଗ ଉପରେ ହରିୟାଣା ସରକାର ମଧ୍ୟ ଏସଆଇଟି ଗଠନ କରିଛନ୍ତି। ହରିୟାଣାରେ ଏସଆଇଟି ମାମଲାର ତଦନ୍ତ କରିବ।
ମହିଳା କୋଚ ଅଭିଯୋଗ କରି କହିଛନ୍ତି, ଇନଷ୍ଟାଗ୍ରାମ ମାଧ୍ୟମରେ କ୍ରୀଡ଼ା ମନ୍ତ୍ରୀ ସନ୍ଦୀପ ସିଂ ତାଙ୍କ ସହ ଯୋଗାଯୋଗ କରିଥିଲେ। ସେ ତାଙ୍କୁ କହିଥିଲେ ଯେ, ଯଦି ତୁମେ ମୋର କଥା ମାନିବ, ତୁମେ ସମସ୍ତ ସୁବିଧା ପାଇବ ଏବଂ ଇଚ୍ଛାକୃତ ସ୍ଥାନରେ ପୋଷ୍ଟିଂ ହେବ। ମନ୍ତ୍ରୀଙ୍କ କଥା ନ ଶୁଣିବାରୁ ତାଙ୍କୁ ବଦଳ କରାଯାଇଥିଲା ଏବଂ ତାଲିମ ବନ୍ଦ କରି ଦିଆଯାଇଥିଲା। ସେ ଡିଜିପି କାର୍ଯ୍ୟାଳୟ, ସିଏମ ହାଉସ ଏବଂ ଗୃହମନ୍ତ୍ରୀ ଅନିଲ ବିଜୟଙ୍କ ନିକଟକୁ ଯାଇ ଏହି ଘଟଣାରେ ଅଭିଯୋଗ କରିଥିଲେ।
ଅନ୍ୟପକ୍ଷରେ ତାଙ୍କ ବିରୋଧରେ ଆସିଥିବା ଅଭିଯୋଗ ଉପରେ ହରିୟାଣା କ୍ରୀଡ଼ା ମନ୍ତ୍ରୀ ସନ୍ଦୀପ ସିଂ କହିଛନ୍ତି, ଜୁନିୟର କୋଚ ମୋ ବିରୋଧରେ ଭିତ୍ତିହୀନ ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ଏକ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ। ମୁଁ ଦୁଃଖିତ ଯେ ଖେଳାଳିଙ୍କୁ ସାହାଯ୍ୟ କରିବାକୁ ଚେଷ୍ଟା କରେ କିନ୍ତୁ ଏଭଳି ଅଭିଯୋଗ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri