ହିଜାବ ବିରୋଧ ପରେ ଇରାନରେ ଏବେ ଗୃହଯୁଦ୍ଧ ଆଶଙ୍କା, ଏବେ ପର୍ଯ୍ୟନ୍ତ ୫୦୦ରୁ ଅଧିକ ପ୍ରଦର୍ଶନକାରୀଙ୍କ ମୃତ୍ୟୁ

ତେହେରାନ,୨ ।୧: ଇରାନରେ ହିଜାବ ବିରୋଧି ପ୍ରଦର୍ଶନକୁ ୪ ମାସରୁ ଅଧିକ ସମୟ ହେଲାଣି । ଏହି ସମୟରେ ୧୮ ହଜାରରୁ ଅଧିକ ପ୍ରଦର୍ଶନକାରୀଙ୍କୁ ଗିରଫ କରାଗଲାଣି । ଏଥିରୁ ୧୦୦୦ଙ୍କ ଉପରେ ମାମଲା କରାଯାଇ ଏମାନଙ୍କୁ ଫାଶୀ ଦେବାକୁ ପ୍ରସ୍ତୁତି ଚାଲିଛି । ଏବେ ପର୍ଯ୍ୟନ୍ତ ୨୦ରୁ ଅଧିକ ପ୍ରଦର୍ଶନକାରୀଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଥିବା ବେଳେ ୨ ଜଣ ଯୁବକଙ୍କୁ ଫାଶୀ ଦିଆସରିଲାଣି । ଅନ୍ୟ ୩ ଜଣ ଫାଶୀ ବିରୋଧରେ ସୁପ୍ରିମକୋର୍ଟରେ ଅପିଲ କରିଛନ୍ତି । ଏମାନଙ୍କ ମଧ୍ୟରୁ ଜଣଙ୍କ ଆବେଦନକୁ ଖାରଜ କରାଯାଇ ମୃତ୍ୟୁଦଣ୍ଡକୁ କାଏମ ରଖାଯାଇଛି ।
ଇରାନି ରିଭୋଲ୍ୟୁଶନାରୀ ଗାର୍ଡ କୋର(ଆଇଆରଜିସି)ର ଗୁଳିକାଣ୍ଡରେ ଏବେ ପର୍ଯ୍ୟନ୍ତ ୫୦୦ରୁ ଅଧିକ ପ୍ରଦର୍ଶନକାରୀଙ୍କ ମୃତ୍ୟୁ ହେଲାଣି । ଏବେ ଇରାନି ଜନତା କଟ୍ଟରପନ୍ଥି(କ୍ଲୋରିକ) ସରକାରଙ୍କ ବିରୋଧରେ ଆର-ପାର ଲଡେଇ ଲଢିବାକୁ ଏକାଠି ହୋଇଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ବିନା କୌଣସି ନେତୃତ୍ୱରେ ଆରମ୍ଭ ହୋଇଥିବା ହିଜାବ ବିରୋଧି ପ୍ରଦର୍ଶନ ଏବେ ଲୋକତନ୍ତ୍ର ସମର୍ଥକ ଆନ୍ଦୋଳନରେ ବଳଦିଯାଇଥିବା ସହ ଏବେକାର ବ୍ୟବସ୍ଥାକୁ ଉପାଡି ଫୋପାଡିବାକୁ ସଂକଳ୍ପ ସହ ଯୁବ ଛାତ୍ର ଆଇଆରଜିପିର ମୁକାବିଲା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri