ବାଇକ୍‌କୁ ଧକ୍କା ଦେଇ ୬ ଫୁଟ ତଳକୁ ଖସିଲା କାର୍‌: ଜଣେ ମୃତ, ୪ ଆହତ

ଦିଗପହଣ୍ଡି,୨ା୧(ଡି.ଏନ.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ରାଜନପଲ୍ଲୀ ଗ୍ରାମ ନିକଟ ୩୨୬ନଂ. ଜାତୀୟ ରାଜପଥରେ ଏକ ବାଇକ୍‌କୁ କାର ଧକ୍କା ଦେଇ ୬ ଫୁଟ ତଳକୁ ଖସି ପଡ଼ିଛି। ସୋମବାର ଏହି ଦୁର୍ଘଟଣା ଘଟିଛି। ଏଥିରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ କାର୍‌ରେ ଥିବା ୪ଜଣ ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ବ୍ରହ୍ମପୁର ଲାଞ୍ଜିପଲ୍ଲୀ ଅଞ୍ଚଳର ଅବିନାଶ ରେଡ୍ଡୀ।
ଅବିନାଶ ବାଇକ୍‌ (ଓଆର୦୭ଏମ୬୮୨୪)ରେ ବ୍ରହ୍ମପୁରରୁ ଗଜପତି ଜିଲା ମୋହନା ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ କୋରାପୁଟରୁ ବ୍ରହ୍ମପୁର ଆସୁଥିବା କାର(ଓଡ଼ି୩୦ଇ୪୫୪୫) ଧକ୍କା ଦେଇଥିଲା। ଫଳରେ ଅବିନାଶ ଏକ ଗଛରେ ପିଟି ହୋଇ ଚେତାଶୂନ୍ୟ ହୋଇ ପଡିଥିଲେ। ସ୍ଥାନୀୟ ଲୋକେ ବାଇକ ଚାଳକଙ୍କ ସହ କାରରେ ଥିବା ୪ ଜଣଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଅଭିନାଶଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପାଟପୁର ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ, ପୋଡ଼ାମାରି ଫାଣ୍ଡି ଅଧିକାରୀ ପରମେଶ୍ୱର ମଲିକ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରିଥିବା ବେଳେ ଅବିନାଶଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ଏ ନେଇ ପାଟପୁର ଥାନାରେ ନଂ.୨/୨୩ରେ ମାମଲଶ ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri