Posted inଜାତୀୟ

ଆତଙ୍କବାଦୀ ଆକ୍ରମଣ: ୨ ଶିଶୁ ମୃତ

ରାଜୌରୀ/ଜମ୍ମୁ,୩।୧: ଜମ୍ମୁ-କଶ୍ମୀରର ରାଜୌରୀ ଜିଲା ଅନ୍ତର୍ଗତ ଡାଙ୍ଗ୍ରୀ ଗ୍ରାମରେ ଆତଙ୍କବାଦୀମାନେ ୧୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଆକ୍ରମଣ କରିଛନ୍ତି। ଏଥିରେ ଦୁଇ ନାବାଳକ ଭାଇଭଉଣୀ ପ୍ରାଣ ହରାଇବା ସହ ୬ ଜଣ ଆହତ ହୋଇଛନ୍ତି। ଦୁଇଟି ଆକ୍ରମଣରେ ମୋଟ ୬ ଜଣଙ୍କ ମୃତ୍ୟୁ ଘଟିଲାଣି। ରବିବାର ସନ୍ଧ୍ୟାରେ ଆତଙ୍କବାଦୀଙ୍କ ଗୁଳିରେ ୪ ଜଣ ନିହତ ହେବା ସହ ଅନ୍ୟ ୬ ଜଣ ଆହତ ହୋଇଥିଲେ। ସୋମବାର ସକାଳ ସାଢ଼େ ୯ଟା ବେଳେ ଡାଙ୍ଗ୍ରୀ ଗ୍ରାମରେ ଆତଙ୍କବାଦୀ ବିସ୍ଫୋରଣ ଘଟାଇବାରୁ ସାନ୍‌ଭି ଶର୍ମା(୭) ଏବଂ ବିହାନ କୁମାର ଶର୍ମା (୪)ଙ୍କର ଜୀବନ ଯାଇଛି। ଆକ୍ରମଣ ପ୍ରତିବାଦରେ ରାଜୌରୀ ସହର ସମେତ ଜିଲାର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଆତଙ୍କବାଦୀମାନେ ବରିଷ୍ଠ ଅଫିସରଙ୍କୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ଆଇଇଡି ବିସ୍ଫୋରଣ ଘଟାଇଥିଲେ ବୋଲି ଜମ୍ମୁ-କଶ୍ମୀର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଦିଲ୍‌ବାଗ ସିଂ କହିଛନ୍ତି। ଗ୍ରାମ ପ୍ରତିରକ୍ଷା କମିଟି (ଭିଡିସି)କୁ ପୁନର୍ଗଠନ କରାଯାଇ ସେମାନଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇ ଦିଆଯିବ ବୋଲି ଦିଲ୍‌ବାଗ ଘୋଷଣା କରିଛନ୍ତି। ପୂର୍ବରୁ ଭିଡିସିରୁ ୬୦ ପ୍ରତିଶତ ବନ୍ଧୁକ ଫେରାଇ ନିଆଯାଇଥିବା ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ଏମ୍‌ଏଲ୍‌ସି ବିବୋଧ ଗୁପ୍ତା କହିଛନ୍ତି। ଡିଜିପି ବିକ୍ଷୋଭକାରୀଙ୍କୁ ଭେଟି ବୁଝାଶୁଝା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri