Posted inଜାତୀୟ

୧ରେ ଆସିପାରେ କେନ୍ଦ୍ର ବଜେଟ

ନୂଆଦିଲ୍ଲୀ,୩ା୧:ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆସନ୍ତା ୩୧ ତାରିଖରେ ଆରମ୍ଭ ହୋଇପାରେ, ଯାହା ଦୁଇଟି ପର୍ଯ୍ୟାୟରେ ସମ୍ପନ୍ନ ହେବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଫେବୃୟାରୀ ୧ରେ କେନ୍ଦ୍ର ବଜେଟ୍‌ ଉପସ୍ଥାପନ କରିବା ଯୋଜନା ଥିବା ଏକ ସୂତ୍ରରୁ ଜଣାପଡ଼ିଛି। ସୂଚନାନୁଯାୟୀ, ଅଧିବେଶନର ପ୍ରଥମ ଦିନ ହିଁ ପାର୍ଲାମେଣ୍ଟର ଉଭୟ ଗୃହରେ ଅର୍ଥନୈତିକ ସର୍ଭେ ଉପସ୍ଥାପନ କରାଯିବ। ହେଲେ ଅଧିବେଶନ ଆରମ୍ଭରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ଲୋକ ସଭା ଏବଂ ରାଜ୍ୟ ସଭାର ଯୁଗ୍ମ ଅଧିବେଶନକୁ ଉଦ୍‌ବୋଧନ ଦେବେ। ରାଷ୍ଟ୍ରପତି ପଦ ଅଳଙ୍କୃତ କରିବା ପରେ ପାର୍ଲାମେଣ୍ଟରେ ଏହା ହେବ ତାଙ୍କର ପ୍ରଥମ ଉଦ୍‌ବୋଧନ। ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୦ ଶେଷ ହେବା ନେଇ ଯୋଜନା ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୬ରୁ ଆରମ୍ଭ ହୋଇ ଏପ୍ରିଲ ୬ରେ ଶେଷ ହେବା ସମ୍ଭାବନା ରହିଛି। ପ୍ରଥମ ପର୍ଯ୍ୟାୟ ଅଧିବେଶନ ସମୟରେ ଉଭୟ ଗୃହରେ ରାଷ୍ଟ୍ରପତିଙ୍କ ଉଦ୍‌ବୋଧନକୁ ନେଇ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ଏହାପରେ କେନ୍ଦ୍ର ବଜେଟ ଉପରେ ସବିଶେଷ ଆଲୋଚନା ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଧନ୍ୟବାଦ ପ୍ରସ୍ତାବ ସମ୍ପର୍କିତ ଆଲୋଚନାର ଉତ୍ତର ଦେବେ। ଅର୍ଥମନ୍ତ୍ରୀ ବଜେଟ୍‌ ଆଲୋଚନାର ଉତ୍ତର ରଖିବେ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ସମୟରେ ବିଭିନ୍ନ ମନ୍ତ୍ରଣାଳୟର ଅନୁଦାନ ଦାବି ଉପରେ ଆଲୋଚନା ହେବ। କେନ୍ଦ୍ର ବଜେଟ ଏବଂ ଏକ ଅର୍ଥ ବିଲ୍‌ ପାରିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri