ଦାବି ପୂରଣ ନ ହେଲେ ‘ମାଟି ପାଇଁ ଜେଲ ଚାଲ’: ଗଣେଶ୍ୱର

ଭୁବନେଶ୍ବର,୩ା୧(ବ୍ୟୁରୋ):କେନ୍ଦ୍ରାପଡ଼ା ନଗର ଓ ବ୍ଲକ କଂଗ୍ରେସ ପକ୍ଷରୁ ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ରେଳ ଚଳାଚଳ ଦାବିରେ ସୋମବାର ପୂର୍ବତଟ ରେଳପଥର ମୁଖ୍ୟ କାର୍ଯ୍ୟାଳୟ ଚନ୍ଦ୍ରଶେଖରପୁରଠାରେ ଗଣବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଆୟୋଜିତ ଏହି ଆନ୍ଦୋଳନରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, କେନ୍ଦ୍ରାପଡା ଜିଲା କଂଗ୍ରେସ ସଭାପତି ଅଂଶୁମାନ ମହାନ୍ତି ଓ ବରିଷ୍ଠ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ଯୋଗଦେଇଥିଲେ। ଗଣେଶ୍ୱର ଏହି ଅବସରରେ କହିଛନ୍ତି, କଂଗ୍ରେସ ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ରେଳ ଚଳାଚଳ ନିମନ୍ତେ ୨୦୨୧ ଓ ୨୦୨୨ରେ ଆନ୍ଦୋଳନ କରାଯାଇଛି। ଜିଏମ୍‌ଙ୍କୁ ଭେଟି ୨ ଥର ଦାବିପତ୍ର ଦିଆଯାଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମଧ୍ୟ ୩ଥର ଚିଠି ଲେଖି ବିଫଳ ହେବାରୁ ଏବେ ଗଣବିକ୍ଷୋଭ କରିବାକୁ ବାଧ୍ୟ ହୋଇଛନ୍ତି। ଏହି ଆନ୍ଦୋଳନ ବ୍ୟର୍ଥ ହେଲେ ‘ମାଟି ପାଇଁ ଜେଲ ଚାଲ’ ଆନ୍ଦୋଳନ କରିବାକୁ ସେ ଚେତାବନୀ ଦେଇଛନ୍ତି।
ଗଣବିକ୍ଷୋଭ ସହ ପୂର୍ବତନ ରେଳପଥ ଜିଏମଙ୍କୁ ଏକ ପ୍ରତିନିଧି ଦଳ ସୁରେଶ କୁମାର ରାଉତରାୟଙ୍କ ନେତୃତ୍ୱରେ ଭେଟି ସ୍ମାରକପତ୍ର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri