Posted inଜାତୀୟ

ମନ୍ତ୍ରୀଙ୍କ ମନ୍ତବ୍ୟ ପାଇଁ ସରକାର ଦାୟୀ ରହିପାରିବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩।୧:ଅଭିବ୍ୟକ୍ତିର ସ୍ବାଧୀନତା ପ୍ରସଙ୍ଗରେ ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚ ମଙ୍ଗଳବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। କୌଣସି ମନ୍ତ୍ରୀ, ଏମ୍‌ପି କିମ୍ବା ବିଧାୟକଙ୍କ ମନ୍ତବ୍ୟ ପାଇଁ ସରକାର ଦାୟୀ ରହିପାରିବେ ନାହିଁ ବୋଲି କୋର୍ଟ କହିଛନ୍ତି। କୋର୍ଟ କହିଛନ୍ତି, କୌଣସି ରାଜ୍ୟ କିମ୍ବା କେନ୍ଦ୍ର ପ୍ରସଙ୍ଗରେ ଜଣେ ମନ୍ତ୍ରୀଙ୍କ ଦ୍ୱାରା ଦିଆଯାଇଥିବା ମନ୍ତବ୍ୟ ପାଇଁ ସରକାର ଦୋଷୀ ନୁହେଁ।
ଜଷ୍ଟିସ ଏସ ଏ ନଜିରଙ୍କ ନେତୃତ୍ୱରେ ଏକ ପାଞ୍ଚ ଜଣିଆ ବିଚାରପତି ସମ୍ବିଧାନ ବେଞ୍ଚ କହିଛନ୍ତି, ଧାରା ୧୯(୨) ଅନୁଯାୟୀ, ସାଧାରଣ ପ୍ରତିନିଧୀଙ୍କ ମନ୍ତବ୍ୟ ତଥା ଅଭିବ୍ୟକ୍ତିର ସ୍ବାଧୀନତା ଉପରେ କୌଣସି ଅତିରିକ୍ତ ପ୍ରତିବନ୍ଧକ ଆବଶ୍ୟକ ନାହିଁ। ମନ୍ତବ୍ୟ ଏବଂ ଅଭିବ୍ୟକ୍ତିର ସ୍ବାଧୀନତା ଏକ ଅତ୍ୟନ୍ତ ଜରୁରୀ ଅଧିକାର। ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ ମନ୍ତ୍ରୀ, ଏମ୍‌ପି, ବିଧାୟକ କିମ୍ବା ଉଚ୍ଚ ପଦବୀରେ ଅବସ୍ଥାପିତ ବ୍ୟକ୍ତିଙ୍କ ଅଭିବ୍ୟକ୍ତି ତଥା ବକ୍ତବ୍ୟ ଉପରେ କୌଣସି ପ୍ରତିବନ୍ଧକ ରହିପାରିବ କିମ୍ବା ନାହିଁ ବୋଲି ସୁପ୍ରିମକୋର୍ଟ ଏକ ଆବେଦନ ଶୁଣାଣି କରି ଏହି ନିଷ୍ପତ୍ତି ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

ଇସ୍ରାଏଲ ଆକ୍ରମଣରେ ହମାସର ଟପ୍‌ କମାଣ୍ଡର ନିହତ, ଡ୍ରୋନ ସାହାଯ୍ୟରେ କାରକୁ କଲା ଟାର୍ଗେଟ

ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri