Posted inଜାତୀୟ

ଧର୍ମାନ୍ତରୀକରଣର ସମସ୍ତ ମାମଲା ନୁହେଁ ବେଆଇନ: ମଧ୍ୟପ୍ରଦେଶ ସରକାରଙ୍କ ଆବେଦନର ବିଚାର କରିବେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୩।୧ : ମଧ୍ୟପ୍ରଦେଶ ହାଇକୋର୍ଟ ଧର୍ମାନ୍ତରୀକରଣର ଆଇନ ଉପରେ ଦେଇଥିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ରାଜ୍ୟ ସରକାରଙ୍କ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଏହା ସହିତ ସର୍ବୋଚ୍ଚ ନ୍ୟାୟାଳୟ ମଙ୍ଗଳବାର କହିଛନ୍ତି ଯେ ସମସ୍ତ ଧର୍ମାନ୍ତରୀକରଣର ମାମଲାକୁ ବେଆଇନ ବୋଲି ଧରାଯିବ ନାହିଁ।

ମଧ୍ୟପ୍ରଦେଶ ହାଇକୋର୍ଟ ଜିଲାପାଳଙ୍କ ଅନୁମତି ବିନା ଆନ୍ତର୍ଧାର୍ମିକ ବିବାହ କରୁଥିବା ଦମ୍ପତିଙ୍କୁ ଦୋଷୀ ସାବ୍ୟସ୍ତ କରିବାକୁ ରାଜ୍ୟ ସରକାରଙ୍କୁ ବାରଣ କରିଛନ୍ତି। ସର୍ବୋଚ୍ଚ ଅଦାଲତରେ ରାଜ୍ୟ ସରକାର ଏହାକୁ ଚ୍ୟାଲେଞ୍ଜ କରିଛନ୍ତି। ଏହି ପ୍ରସଙ୍ଗରେ ନୋଟିସ ଜାରି କରି ସୁପ୍ରିମକୋର୍ଟର ଜଷ୍ଟିସ ଏମ.ଆର. ଶାହା ଏବଂ ଜଷ୍ଟିସ ସି.ଟି. ରବିକୁମାରଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ଶୁଣାଣି ପାଇଁ ଫେବୃୟାରୀ ୭ ତାରିଖ କୁ ତାଲିକାଭୁକ୍ତ କରିଛନ୍ତି।

ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା ମଧ୍ୟ ପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇବାକୁ ଅନୁରୋଧ କରିଥିଲେ ମଧ୍ୟ ସୁପ୍ରିମକୋର୍ଟ କୌଣସି ନିର୍ଦ୍ଦେଶ ଜାରି ଲାଗି ମନା କରିଦେଇଥିଲେ। ମେହେଟ୍ଟା କହିଛନ୍ତି ଯେ ବେଆଇନ ଧର୍ମାନ୍ତରୀକରଣର ପାଇଁ ବିବାହ କରାଯାଉଛି ଏବଂ ଆମେ ଏନେଇ ଆଖି ବନ୍ଦ କରି ବସି ପାରିବୁ ନାହିଁ।

ହାଇକୋର୍ଟ ମଧ୍ୟବର୍ତ୍ତୀକାଳୀନ ଆଦେଶରେ ମଧ୍ୟପ୍ରଦେଶ ଧାର୍ମିକ ସ୍ବାଧୀନତା ଅଧିନିୟମର ଧାରା ୧୦ ଅନୁଯାୟୀ ଆନ୍ତର୍ଧାର୍ମିକ ବିବାହ କରୁଥିବା ବୟସ୍କ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ ନ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ନଭେମ୍ବର ୧୪ ରେ ହାଇକୋର୍ଟ କହିଥିଲେ ଯେ ଉକ୍ତ ଆଇନର ଧାରା ୧୦ ଅଣ-ସାମ୍ବିଧାନିକ ଅଟେ। ଏହା ଅନ୍ତର୍ଗତ ଆନ୍ତର୍ଧାର୍ମିକ ବିବାହ କରିବାକୁ ଚାହୁଁଥିବା ବ୍ୟକ୍ତିମାନେ, ଜିଲାପାଳଙ୍କ ପୂର୍ବ ଅନୁମୋଦନ ନେବା ବାଧ୍ୟତାମୂଳକ। ରାଜ୍ୟର ଧାର୍ମିକ ସ୍ବାଧୀନତା ଅଧିନିୟମ ଅନୁଯାୟୀ ମିଥ୍ୟା କିମ୍ବା ପ୍ରତାରଣା, ପ୍ରଲୋଭନ, ଧମକ, ଅନୁଚିତ ପ୍ରଭାବ, ବାଧ୍ୟତାମୂଳକ ବିବାହ କିମ୍ବା ଅନ୍ୟ କୌଣସି ଠକେଇ ମାଧ୍ୟମରେ ଧର୍ମାନ୍ତରୀକରଣ କରିବା ନିଷେଧ ।

ମଧ୍ୟପ୍ରଦେଶ ହାଇକୋର୍ଟ ଏହି ଆଇନର ଧାରାକୁ ଚ୍ୟାଲେଞ୍ଜ କରୁଥିବା ସାତୋଟି ଆବେଦନ ଉପରେ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅଧିନିୟମ ଅନୁଯାୟୀ ରାଜ୍ୟ ସରକାରଙ୍କୁ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କୁ ଦୋଷୀ ସାବ୍ୟସ୍ତ ନକରିବା ନେଇ ରୋକିବାକୁ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri