୬ ଭାରତୀୟ ବଂଶୋଦ୍ଭବଙ୍କୁ ପୁନଃ ମନୋନୀତ କଲେ ବାଇଡେନ୍‌

ଓ୍ବାଶିଂଟନ,୫।୧: ଆମେରିକା ପ୍ରଶାସନର କେତେକ ଶୀର୍ଷ ପଦବୀକୁ ଅନୂ୍ୟନ ୬ ଜଣ ଭାରତୀୟ ବଂଶୋଦ୍ଭବଙ୍କୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ପୁନଃ ମନୋନୀତ କରିଛନ୍ତି। ସେଗୁଡ଼ିକୁ ସିନେଟ ଅନୁମୋଦନ ନିମନ୍ତେ ପଠାଯାଇଛି। ରିଚାର୍ଡ ବର୍ମା (୫୪)ଙ୍କୁ ପରରାଷ୍ଟ୍ର ବିଭାଗର ପରିଚାଳନା ଓ ସମ୍ବଳ ବିଭାଗ ଉପସଚିବ ପାଇଁ ମନୋନୀତ କରାଯାଇତତ୍ବାବେଳ ଡ. ବିବେକ ହାଲେଗେରେ ମୂର୍ତ୍ତିଙ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କାର୍ଯ୍ୟନିର୍ବାହୀ ବୋର୍ଡର ପ୍ରତିନିଧି ଭାବେ ମନୋନୀତ କରାଯାଇଛି। ବର୍ମା ପୂର୍ବରୁ ଭାରତରେ ଆମେରିକାର ରାଷ୍ଟ୍ରଦୂତ ଥିଲେ। ଏବେ ସେ ମୁଖ୍ୟ ନ୍ୟାୟିକ ଅଧିକାରୀ ଏବଂ ମାଷ୍ଟରକାର୍ଡରେ ଗ୍ଲୋବାଲ ପବ୍ଲିକ୍‌ ପଲିସି ମୁଖ୍ୟ ଅଛନ୍ତି।

ସେହିପରି ମୂର୍ତ୍ତି ଆମେରିକାର ୨୧ତମ ସର୍ଜନ ଜେନେରାଲ ଭାବେ କାର୍ଯ୍ୟ କରୁଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅଞ୍ଜଳି ଚତୁର୍ବେଦୀଙ୍କୁ ବରିଷ୍ଠ ବ୍ୟାପାର ବିଭାଗ ଜେନେରାଲ କାଉନସିଲ, ରବି ଚୌଧରୀଙ୍କୁ ଆମେରିକା ବାୟୁସେନାର ସହକାରୀ ସଚିବ, ଗୀତା ରାଓ ଗୁପ୍ତାଙ୍କୁ ବିଶ୍ୱ ମହିଳା ପ୍ରସଙ୍ଗରେ ଆମ୍ବାସଡର ଆଟ୍‌ ଲାର୍ଜ ଏବଂ ରାଧା ଆୟେଙ୍ଗାର ପ୍ଲମ୍ବ୍‌ଙ୍କୁ ପ୍ରତିରକ୍ଷା ବିଭାଗ ଉପ ଅନୁସଚିବ ଭାବେ ମନୋନୀତ କରାଯାଇଛି। ପୂର୍ବରୁ ରାଷ୍ଟ୍ରପତି ଉପରୋକ୍ତ ନାମକୁ ସିନେଟକୁ ପଠାଇଥିଲେ ମଧ୍ୟ ତାହା ଅନୁମୋଦନ ହୋଇପାରି ନ ଥିଲା। ମଙ୍ଗଳବାର ୧୧୮ତମ କଂଗ୍ରେସର ପ୍ରଥମ ଦିନରେ ସିନେଟରମାନେ ଶପଥ ନେବା ସହ ପ୍ରତିନିଧି ସଭାର ବାଚସ୍ପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri