ପ୍ରତି ବ୍ଲକରେ ହେବ ୨ ଶୀତଳ ଭଣ୍ଡାର

ଢେଙ୍କାନାଳ ଅଫିସ,୫।୧: ଢେଙ୍କାନାଳ ଜିଲା ପରିଷଦର ୪ର୍ଥ ସାଧାରଣ ବୈଠକ ବୁଧବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଖଣି, ଇସ୍ପାତ ଓ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ, ପରଜଙ୍ଗ ବିଧାୟକ ନୃସିଂହ ଚରଣ ସାହୁ, ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ ଓ ଜିଲା ପରିଷଦ ଉପସଭାପତି ବିଳାସିନୀ ସେଠୀ ପ୍ରମୁଖ ଯୋଗଦେଇ ଜିଲାର ସର୍ବାଙ୍ଗୀନ ଉନ୍ନତି କରି ଜିଲାକୁ ରାଜ୍ୟରେ ୧ନଂ. କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ଢେଙ୍କାନାଳ ଜିଲାର ଚାଷୀମାନେ ସୁବିଧାରେ ଯେପରି ଅଧିକ ପରିମାଣରେ ଧାନ ବିକ୍ରି କରିପାରିବେ, ସେ ନେଇ ବ୍ୟବସ୍ଥା କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। ଜିଲାରେ ଉପତ୍ାଦିତ ପରିବା ଓ ଅନ୍ୟ ଫସଲକୁ ସୁରକ୍ଷିତ ରଖିବା ପାଇଁ ପ୍ରତ୍ୟେକ ବ୍ଲକରେ ୨ଟି ଲେଖାଏ ଶୀତଳ ଭଣ୍ଡାର ନିର୍ମାଣ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ବିଭିନ୍ନ ଶିକ୍ଷାନୁଷ୍ଠାନ, ଛାତ୍ରାବାସ ଓ ଅଙ୍ଗନୱାଡି କେନ୍ଦ୍ରରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ପ୍ରତି ବିଶେଷ ଦୃଷ୍ଟି ଦେବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଗ୍ରାମାଞ୍ଚଳରେ ଆବଶ୍ୟକ ହେଉଥିବା ବିଭିନ୍ନ ପ୍ରକଳ୍ପକୁ ପଲ୍ଲିସଭାରେ ଅନୁମୋଦନ କରାଇ କାର୍ଯ୍ୟ କରିବା ଏବଂ କୌଣସି ପ୍ରକାର ଉନ୍ନୟନମୂଳକ ପ୍ରକଳ୍ପ ଅଧାରୁ ବନ୍ଦ ନ କରିବା ପାଇଁ ପରାମର୍ଶ ଦିଆଯାଇଥିଲା। ବିଶେଷକରି ଜିଲାରେ ଥିବା ଅପହଞ୍ଚ ଓ ଅନୁନ୍ନତ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ପାଇଁ ଆବଶ୍ୟକ ହେଉଥିବା ବିଭିନ୍ନ ପ୍ରକଳ୍ପ ନିର୍ମାଣ ନିମନ୍ତେ ପ୍ରସ୍ତାବ ଦେବାକୁ ଜିଲା ପରିଷଦ ସଭ୍ୟାସଭ୍ୟ ଓ ପଞ୍ଚାୟତ ସମିତି ଅଧ୍ୟକ୍ଷା ଓ ଅଧ୍ୟକ୍ଷାମାନଙ୍କୁ ଅନୁରୋଧ କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ପକ୍କାଘର ଯୋଜନାରେ ଯେପରି ଯୋଗ୍ୟ ହିତାଧିକାରୀ ଘର ପାଇବେ ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଥିଲା। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଜିଲାରେ ସମୁଦାୟ ୫ଲକ୍ଷ ୭୫ହଜାର ୬୮୧ଜଣଙ୍କୁ ପଞ୍ଜୀକରଣ କରାଯାଇ ୨ଲକ୍ଷ ୫୧ହଜାର ୧୦୨ ପରିବାରକୁ ଜବ୍‌କାର୍ଡ ପ୍ରଦାନ କରାଯାଇଛି। ଚଳିତ ଆର୍ଥିକ ବର୍ଷରେ ମୋଟ ୭୫ଲକ୍ଷ ୭୪ହଜାର ୫୭୧ ଶ୍ରମ ଦିବସ ସୃଷ୍ଟି ନିମନ୍ତେ ଲକ୍ଷ୍ୟ ରଖାଯାଇଛି। ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଜବ୍‌ କାର୍ଡଧାରୀଙ୍କୁ ଦୃଷ୍ଟିରେ ରଖି ଗ୍ରାମସଭାରେ ଅନୁମୋଦିତ ହୋଇଥିବା ୫୫୩୨ଟି କାର୍ଯ୍ୟ ପାଇଁ ଅଟକଳ ମୂଲ୍ୟ ୧୯ ହଜାର ୧୭୪.୯୭ ଲକ୍ଷର ଅତିରିକ୍ତ ବାର୍ଷିକ କାର୍ଯ୍ୟ ଖସଡାକୁ ଗୃହରେ ଅନୁମୋଦନ କରାଯାଇଥିଲା। ଚଳିତମାସ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅନୁଷ୍ଠିତ ହେବାକୁ ଯାଉଥିବା ପୁରୁଷ ବିଶ୍ୱକପ୍‌ ହକି ୨୦୨୩ ପ୍ରତିଯୋଗିତା ପାଇଁ ଢେଙ୍କାନାଳ ଜିଲାକୁ ଆସୁଥିବା ବିଶ୍ୱ କପ୍‌କୁ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରିବାକୁ ଜିଲାପାଳ ସରୋଜ କୁମାର ସେଠୀ ସମସ୍ତ ନିର୍ବାଚିତ ଲୋକ ପ୍ରତିନିଧି, ମାନ୍ୟଗଣ୍ୟ ବ୍ୟକ୍ତି, ସରକାରୀ ଅଧିକାରୀ ତଥା ଜନସାଧାରଣଙ୍କୁ ନିବେଦନ କରିଥିଲେ। ଏହି ଅବସରରେ ବିଶ୍ୱକପ୍‌ ହକି ୨୦୨୩ର ମାସ୍କଟ, ଡାଏରି, ଟୋପି ଓ ଟି-ଶାର୍ଟ ଉନ୍ମୋଚିତ ହୋଇଥିଲା। ବୈଠକରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତନ୍ମୟ କୁମାର ଦରୱନ ପ୍ରାରମ୍ଭିକ ସୂଚନା ଦେଇଥିଲେ। ଶେଷରେ ଅତିରିକ୍ତ ଉନ୍ନୟନ ଅଧିକାରୀ ସରୋଜ କୁମାର ଦତ୍ତ ଧନ୍ୟବାଦ ପ୍ରଦାନ କରିଥିଲେ। ବୈଠକରେ ଜିଲା ପରିଷଦ ସଭ୍ୟାସଭ୍ୟ, ବ୍ଲକ ଅଧ୍ୟକ୍ଷା ଅଧ୍ୟକ୍ଷ ଓ ବିଭିନ୍ନ ବ୍ଲକର ଅଧିକାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ

ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ...

ହୃଦଘାତରେ ଚାଲିଗଲା ଜେନେରାଲ ମ୍ୟାନେଜରଙ୍କ ଜୀବନ: ଖେଳିଗଲା ଶୋକର ଛାୟା

ଦାରିଙ୍ଗବାଡି, ୨୦।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଇକୋ ରିଟ୍ରିଟରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ସୁମନ୍ତ ସରକାରଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ...

ଓଲଟିଲା ଗୋରୁ ବୋଝେଇ କ୍ୟାଣ୍ଟର: ୫୦ରୁ ଉର୍ଦ୍ଧ୍ୱ ଗୋରୁ ମୃତ

କୋଟପାଡ଼,୨୦।୧୨(କେ. ରାଜଶେଖର ରାଓ): କୋରାପୁଟ ଜ଼ିଲା କୋଟପାଡ଼ରେ ଘୁମର ପଞ୍ଚାୟତ ପୂର୍ତ୍ତ ବିବାଗ ଜୟପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ଏକ ଗୋରୁ ବୋଝେଇ କ୍ୟାଣ୍ଟର...

ଥରୁଛି ଜି. ଉଦୟଗିରି: ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା, ଜାଣନ୍ତୁ କେତେ…

ଜି.ଉଦୟଗିରି ୨୦/୧୨(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି ): ରାଜ୍ୟର ଥଣ୍ଡା ସହର ଭାବେ ପରିଚିତ ଉଦୟଗିରିରେ ଦୀର୍ଘ ପନ୍ଦର ଦିନ ହେବ ଶୀତର ଲହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri