Posted inଖେଳ

ଭାରତ ଆଗରେ ୨୦୭ ରନ୍‌ର ଟାର୍ଗେଟ

ପୁଣେ,୫।୧: ପୁଣେ ସ୍ଥିତ ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଗୁରୁବାର ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଶ୍ରୀଲଙ୍କା ବ୍ୟାଟିଂ ଆରମ୍ଭ କରିଥିଲା। ଶ୍ରୀଲଙ୍କାର ଦୁଇ ଓପରନ ପୃଥମ ନିସଙ୍କା ଏବଂ କୁସାଲ ମେଣ୍ଡିସ ଆରମ୍ଭରୁ ଦଳକୁ ଭଲ ଷ୍ଟାଟ ଦେଇଥିଲେ। ଏପରିକି ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନକା ୫୬ ରନ୍‌ର ବିସ୍ଫୋରକ ଅର୍ଦ୍ଧଶତକ ଇନିଂସ ଖେଳିଥିଲେ। ଫଳରେ ଶ୍ରୀଲଙ୍କା ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୨୦୬ ରନ୍‌ କରିଥିଲା। ଭାରତ ଆଗରେ ୨୦୭ ରନ୍‌ର ବିଶାଳ ଟାର୍ଗେଟ ରଖିଛି ଶ୍ରୀଲଙ୍କା।

କୁସାଲ ମେଣ୍ଡିସ ଧର୍ଯ୍ୟର ସହ ବ୍ୟାଟିଂ କରି ୩୧ ବଲ୍‌ରେ (୩ ଚୌକା ଏବଂ ୪ ଛକା) ୫୨ ରନ୍‌ କରିଥିବା ବେଳେ ପୃଥମ ନିସଙ୍କା ୩୩ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ହେଲେ ଚରିତ ଅସଲଙ୍କା ୧୯ ବଲ୍‌ରେ ୪ ଛକା ସହାୟତାରେ ୩୭ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ପରବର୍ତ୍ତି ସମୟରେ ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନକା ୨୨ ବଲରେ ୬ ଚୌକା ଓ ୨ ଚୌକା ସହାୟତାରେ ୫୬ ରନ୍‌ର ମହତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ଭାରତର ଉମ୍ରାନ ମଲ୍ଲିକ ୩ ଉଇକେଟ ନେଇଥିବା ବେଳେ ଅକ୍ସର ପଟେଲ ୨ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri