Posted inଜାତୀୟ

ରାମ ମନ୍ଦିର ଖୋଲିବା ନେଇ ତାରିଖ ଘୋଷଣା କଲେ ଶାହା

ନୂଆଦିଲ୍ଲୀ,୫।୧: ଅଯୋଧ୍ୟା ରାମମନ୍ଦିର ୨୦୨୪ ଜାନୁୟାରୀ ୧ରେ ଉଦ୍‌ଘାଟନ ହେବ। ତ୍ରିପୁରାରେ ଏକ ରାଲିକୁ ସମ୍ବୋଧନ କରିବା ଅବସରରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଏନେଇ ଘୋଷଣା କରିଛନ୍ତି। ରାମ ମନ୍ଦିର ନିର୍ମାଣରେ କଂଗ୍ରେସ ବାଧା ସୃଷ୍ଟି କରିଆସୁଥିଲା। ସୁପ୍ରିମକୋର୍ଟଙ୍କ ରାୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ଦିର ନିର୍ମାଣ ଆରମ୍ଭ କରିଥିଲେ ବୋଲି ଶାହା କହିଛନ୍ତି। ୨୦୨୪ ନିର୍ବାଚନ ବର୍ଷ ରାମମନ୍ଦିର ଉଦ୍‌ଘାଟନରୁ ଆରମ୍ଭ ହେବାକୁ ଯାଉଛି। ଏହା ଶାସକ ଭାଜପା ପାଇଁ ଏକ ମାଇଲଖୁଣ୍ଟ ହେବ ବୋଲି ଆଶା କରାଯାଉଛି। ୯୦ ଦଶକରୁ ଭାଜପା ରାମ ଜନ୍ମଭୂମି ଆନ୍ଦୋଳନକୁ ଜାତୀୟ ସ୍ତରରେ ଏକ ନିର୍ବାଚନୀ ଶକ୍ତି ଭାବେ ବ୍ୟବହାର କରିଆସୁଛି। ମନ୍ଦିର ନିର୍ମାଣ ଅଧା ଶେଷ ହୋଇଗଲାଣି ବୋଲି ଗତ ନଭେମ୍ବରରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିବା ସହ ଚଳିତ ବର୍ଷ ଡିସେମ୍ବରରେ ନିର୍ମାଣ ସମ୍ପୂର୍ଣ୍ଣ ହେବ ବୋଲି କହିଥିଲେ। ସୁପ୍ରିମକୋର୍ଟ ରାମ ମନ୍ଦିର ସପକ୍ଷରେ ରାୟ ଦେବା ପରେ ୨୦୨୦ ଅଗଷ୍ଟରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ଅନ୍ୟପଟେ ଶାହା ତ୍ରିପୁରା ରାଜନୈତିକ କଥା ମଧ୍ୟ ଦୋହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ନୂଆ ବର୍ଷ ଆରମ୍ଭ ପୂର୍ବରୁ ବଡ଼ ଘୋଷଣା କରିଦେଲେ ଟ୍ରମ୍ପ, ସାଧାରଣ ଲୋକଙ୍କୁ ହେବ ଫାଇଦା

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ୍‌ ଏବଂ ଟିକସ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଉତ୍ତର କାରୋଲିନାରେ ତାଙ୍କ ଭାଷଣ...

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ, ଗାଁ ଗାଁରେ ହେଲା…

ଜି.ଉଦୟଗିରି,୨୦।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସମସ୍ତ ଚର୍ଚ୍ଚଗୁଡ଼ିକରେ ପ୍ରାକ ବଡ଼ଦିନ ଉତ୍ସବ ପାଳନ ଚାଲିଥିବା ବେଳେ ବଡ଼ଦିନ ପାଇଁ ଅଞ୍ଚଳବାସୀ ଚର୍ଚ୍ଚ ଗୃହ...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

କାର୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…

ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍‌ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ...

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri