Posted inଜାତୀୟ

୨୩ ବର୍ଷ ପରେ ନିର୍ଦ୍ଦୋଷ ହୋଇ ଜେଲ୍‌ରୁ ମୁକୁଳିବା ବେଳକୁ ପରିବାରରେ କେହି ନ ଥିଲେ ତାଙ୍କୁ ସ୍ବାଗତ କରିବାକୁ

ଶ୍ରୀନଗର,୨୬।୭: କଶ୍ମୀରର ମହମ୍ମଦ ଅଲ୍ଲି ଭଟ୍ଟ ୨୩ ବର୍ଷ ପରେ ନିର୍ଦ୍ଦୋଷ ହୋଇ ଜେଲ୍‌ରୁ ମୁକୁଳିବା ପରେ ପରିବାରରେ କୌଣସି ସଦସ୍ୟ ନ ଥିଲେ ତାଙ୍କୁ ସ୍ବାଗତ କରିବାକୁ। ଏମିତି ଏକ ଖବର ଏବେ ସମସ୍ତଙ୍କ ଆଖିରେ ଲୁହ ଆଣି ଦେଇଛି। ଯେତେବେଳେ ସେ ରାଜସ୍ଥାନ ଓ ଦିଲ୍ଲୀ ଜେଲରେ ବନ୍ଦୀ ଥିଲେ ସେତେବେଳେ ତାଙ୍କ ମାତାପିତାଙ୍କ ଦେହାନ୍ତ ହୋଇ ଯାଇଥିଲା। ଭଟ୍ଟଙ୍କ ସମେତ ୩ ଜଣଙ୍କୁ ୧୯୯୬ରେ କାଠମାଣ୍ଡୁରୁ ପୋଲିସ ଗିରଫ କରିଥିଲା। ୧୯୯୬ରେ ଲାଜପତ ନଗର ବୋମା ବିସ୍ଫୋରଣ ମାମଲାରେ ଭଟ୍ଟଙ୍କ ସମେତ ଅତିଫ ଅହମ୍ମଦ ଓ୍ବାଜା ଓ ମିର୍ଜା ନିସାର ହୁସେନଙ୍କୁ ଗିରଫ କରାଯାଇଥିଲା। ସେତେବେଳେ ଏମାନଙ୍କୁ ପାଖାପାଖି ୨୦ ବର୍ଷ ବୟସ ହୋଇଥିଲା। ଏହାସହ ରାଜସ୍ଥାନ ପୋଲିସ ଦୌସାରେ ଏକ ବସ୍‌ରେ ହୋଇଥିବା ବିସ୍ଫୋରଣର ମାମଲାରେ ମଧ୍ୟ ଏମାନଙ୍କର ସମ୍ପୃକ୍ତି ଦର୍ଶାଇ ଥିଲା। ଗୋଟିଏ ପଟେ ଲାଜପତ ନଗର ବୋମା ବିସ୍ଫୋରଣ ମାମଲାରେ ଏମାନଙ୍କୁ ୨୦୧୨ ନଭେମ୍ବରରେ କୋର୍ଟ ଦୋଷ ମୁକ୍ତ କରିଥିଲେ। ହେଲେ ରାଜସ୍ଥାନ ବସ୍‌ ବୋମା ବିସ୍ଫୋରଣ ମାମଲାର ବିଚାର ପାଇଁ ସେମାନଙ୍କୁ ପୁଣି ଜେଲ୍‌ରେ ରହିବାକୁ ପଡିଥିଲା। ଚଳିତ ସପ୍ତାହରେ ଏହାର ଶୁଣାଣି ହେବା ସହ ୩ ଜଣ ଦୋଷ ମୁକ୍ତ ହୋଇ ମୁକୁଳିଛନ୍ତି। ହେଲେ ଇତିମଧ୍ୟରେ ଭଟ୍ଟ ତାଙ୍କ ପରିବାରର ଗୋଟିଏ ପୁଅ ହୋଇଥିବା ବେଳେ ୨୦୧୨ରେ ମା’ ଓ ୨୦୧୫ରେ ତାଙ୍କ ପିତାଙ୍କର ଦେହାନ୍ତ ହୋଇଯାଇଛି। ଏବେ ସେ ସମ୍ପୂର୍ଣ୍ଣ ଏକା ବୋଲି କହିବା ସହ ମାତାପିତାଙ୍କ କବର ପାଖରେ ବସି କାନ୍ଦିବା ଛଡା ତାଙ୍କର ଆଉ କୌଣସି ଉପାୟ ନାହିଁ ବୋଲି କହିଛନ୍ତି। କାରଣ ୩ ଜଣ ଯାକ ବିନା ଦୋଷରେ ସମୟର ବହୁ ପଛକୁ ଚାଲିଯାଇଛନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri