ବସ୍ତିରିଗୁଡ଼ା ରାସ୍ତା ମରଣଯନ୍ତା

ଆର.ଉଦୟଗିରି, ୬ା୧ (ଡି.ଏନ୍‌.ଏ): ଗଜପତି ଜିଲା ଆର.ଉଦୟଗିରି ବ୍ଲକର ଆର.ଉଦୟଗିରି ଖଜୁରିପଦା ମୁଖ୍ୟରାସ୍ତାରୁ ବସ୍ତିରିଗୁଡା ଗ୍ରାମ୍ୟ ରାସ୍ତା ମରଣଯନ୍ତା ପାଲଟିଛି। ୨୦୧୪ରେ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ଏହି ରାସ୍ତାକାମ ହୋଇଥିଲା। ସେହିଦିନଠାରୁ ଆଜି ପର୍ଯ୍ୟନ୍ତ ଏହି ରାସ୍ତାରେ ମାଟି ମଧ୍ୟ ପଡିନାହିଁ। ଫଳରେ ରାସ୍ତାସାରା ଖାଲଖମାରେ ଭର୍ତ୍ତି। ୧୦ଟି ଗ୍ରାମକୁ ସଂଯୋଗ କରୁଥିବା ଏହି ରାସ୍ତା ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ଏହି ରାସ୍ତାରେ ଯାତାୟତ କରୁଥିବା ଅଞ୍ଚଳବାସୀ ଅସୁବିଧାର ସମ୍ମୁଖୀନ ହେବା ସହ ଅନେକ ସମୟରେ ଛୋଟବଡ଼ ଦୁର୍ଘଟଣା ଘଟୁଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି । ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁଯାୟୀ, ପ୍ରଧାନମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ସରିବା ପରେ ୫ ବର୍ଷ ପର୍ଯ୍ୟନ୍ତ ଏହାର ମରାମତି କରିବା କଥା। ମାତ୍ର ପ୍ରଶାସନ କି ଠିକାଦାର କେହି ଏଥିପ୍ରତି ଦୃଷ୍ଟି ଦେଇନାହାନ୍ତି। ସାମାନ୍ୟ ବର୍ଷା ହେଲେ ଆଣ୍ଠୁଏ ପାଣି ଜମି ଦୁର୍ଘଟଣା ଘଟୁଛି। ରାସ୍ତା ମରାମତି କାମ ଅତି ନିମ୍ନମାନର ହୋଇଥିବାରୁ ଏଭଳି ଅବସ୍ଥା ସୃଷ୍ଟି ହୋଇଛି ବୋଲି ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ରାସ୍ତା ମରାମତି ତୁରନ୍ତ କରାନଗଲେ ଆଗାମୀ ଦିନରେ ଲୋକେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ଶୁଭଶ୍ରୀ ଜେନାଙ୍କୁ ପଚାରିବାରୁ ସେ କହିଛନ୍ତି ସେହି ରାସ୍ତାକାମ ପାଇଁ ଟେଣ୍ଡର ସରିଛି। ଅତିଶୀଘ୍ର ମରାମତି କାମ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri