ଭୋଟ ପରିଚୟପତ୍ର ସହ ୭,୫୬,୩୭୪ କରିଛନ୍ତି ଆଧାର ଲିଙ୍କ୍‌

ନବରଙ୍ଗପୁର, ୬।୧(ବି.ପ୍ର.): ଭୋଟର ତାଲିକା ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଚାଲୁ ରହିଥିବାବେଳେ ଗୁରୁବାର ନବରଙ୍ଗପୁର ଜିଲାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ନବରଙ୍ଗପୁର ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ଡ. କମଳଲୋଚନ ମିଶ୍ର ଏହି ତାଲିକାକୁ ଏବଂ ଏହାର ଡିଜିଟାଲ କପିକୁ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ହସ୍ତାନ୍ତର କରିଥିଲେ। ଚୂଡ଼ାନ୍ତ ଭୋଟର ତାଲିକା ଅନୁଯାୟୀ ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀରେ ୮, ୧୦,୩୧୮ ଭୋଟର ଅଛନ୍ତି। ଜନସଂଖ୍ୟା ଅନୁପାତରେ ଭୋଟର ସଂଖ୍ୟା ୫୮.୭୪ ପ୍ରତିଶତ। ପ୍ରତି ୧୦୦୦ ପୁରୁଷ ଭୋଟରଙ୍କୁ ମହିଳା ଭୋଟର ସଂଖ୍ୟା ୧୦୧୭ ରହିଛି। ସେହିପରି ୧୮ରୁ ୨୯ ବର୍ଷ ବୟସ ବର୍ଗର ମୋଟ ଭୋଟର ସଂଖ୍ୟା ୨, ୨୨,୩୫୭ ଅର୍ଥାତ୍‌ ମୋଟ ଭୋଟର ସଂଖ୍ୟାର ୨୭.୪୪ ପ୍ରତିଶତ। ସେହିପରି ୪ଟି ନିର୍ବାଚନମଣ୍ଡଳୀରେ ୭,୫୬,୩୭୪ ଭୋଟର ସେମାନଙ୍କ ଭୋଟର ପରିଚୟପତ୍ର ସହ ଆଧାର ଲିଙ୍କ୍‌ କରିଛନ୍ତି। ଭୋଟର ପରିଚୟପତ୍ର ସହ ଆଧାର ଲିଙ୍କ୍‌ କରିବା ଆଧାରରେ ନବରଙ୍ଗପୁର ରାଜ୍ୟର ପ୍ରଥମ ସ୍ଥାନରେ ରହିଛି ବୋଲି ଜିଲାପାଳ ସୂଚନା ଦେଇଛନ୍ତି। ସେହିଭଳି ଯୁବ ବର୍ଗଙ୍କ ସାମିଲରେ ଦ୍ୱିତୀୟ ସ୍ଥାନ, ମହିଳାମାନଙ୍କ ଷଷ୍ଠ ସ୍ଥାନ ଏହିଭଳି ସାମଗ୍ରିକ ଭାବେ ଜିଲା ଓଡ଼ିଶାରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଏହି କାର୍ଯ୍ୟକ୍ରମରେ କଂଗ୍ରେସ ଜିଲା ସଭାପତି ମୁନ୍ନା ତ୍ରିପାଠୀ, ପରୀ ସାହୁ, ବିଜେଡି ନଗର ସଭାପତି ପ୍ରମୋଦ ରଥ, ଭାଜପାର ସତ୍ୟବାଦୀ ଷଡ଼ଙ୍ଗୀ, ଅତିରିକ୍ତ ଜିଲାପାଳ ଭାସ୍କର ରଇତ, ଡିଆଇପିଆର୍‌ଓ ହଳଧର ନିଆଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଅନ୍ତେବାସୀ ଛାତ୍ର ଗୁରୁତର ଘଟଣା: ରାତିଅଧରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ନିଲମ୍ବିତ, ରୋଷେୟା ବହିଷ୍କୃତ

ନବରଙ୍ଗପୁର,୨୯।୧୧(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ କୋକଡ଼ି ସେମଲା ଆଶ୍ରମ ବିଦ୍ୟାଳୟ ହଷ୍ଟେଲ ରୋଷେଇଘରେ ଗତ ୨୦ ତାରିଖରେ ପ୍ରେସରକୁକର ଫାଟି ସପ୍ତମ ଶ୍ରେଣୀ ଛାତ୍ର...

ପାଚେରି ଡେଇଁ ଗୁରୁତର ଛାତ୍ରଙ୍କୁ ଉଦ୍ଧାରକଲେ ପ୍ରଦୀପ ମାଝୀ: ଚିକିତ୍ସା ନ କରାଇ ୯ଦିନ ପର୍ଯ୍ୟନ୍ତ ହଷ୍ଟେଲରେ ତାଲା ପକାଇ ରଖିଥିଲେ

ନବରଙ୍ଗପୁର,୨୯।୧୧(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ କୋକଡ଼ି ସେମଲା ଆଶ୍ରମ ବିଦ୍ୟାଳୟ ହଷ୍ଟେଲ ରୋଷେଇଘରେ ଗତ ୨୦ ତାରିଖରେ ପ୍ରେସରକୁକର ଫାଟି ସପ୍ତମ ଶ୍ରେଣୀ ଛାତ୍ର...

ଅନ୍ୟ ଜାତିରେ ବିବାହ କରିଥିଲେ ବାପା, ପୁଅର ମୃତଦେହ ଛୁଇଁଲେନି ସମାଜ ଲୋକେ

ଚନ୍ଦାହାଣ୍ଡି/ନବରଙ୍ଗପୁର,୨୯।୧୧(ଦିଲ୍ଲୀପ ଦାସ/ସଦଶିବ ପ୍ରହରାଜ): ଯେତେ ସଚେତନକଲେ ମଧ୍ୟ ଲୋକଙ୍କ ଭିତରେ ଏବେ ମଧ୍ୟ ଅନ୍ଧବିଶ୍ୱାସ, ଜାତିପ୍ରଥା ଭରି ରହିଛି। ଏହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି...

ବ୍ୟବସାୟୀଙ୍କ ଘରେ ସଶସ୍ତ୍ର ଡକାୟତି, ସ୍ତ୍ରୀଙ୍କୁ ଛୁରିରେ ଆକ୍ରମଣ କରି ଦୁର୍ବୃତ୍ତ ଲୁଟିନେଲେ…

ଝରିଗାଁ,୨୭ା୧୧(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ଅଞ୍ଚଳରେ ଦିନକୁ ଦିନ ଚୋରି ଡକାୟତି ବଢୁଥିବା ବେଳେ ଦୁର୍ବୃତ୍ତମାନେ କଳାକନା ବୁଲାଇ ନିର୍ଭୟରେ ବୁଲୁଛନ୍ତି। ଯାହାଫଳରେ ଅଞ୍ଚଳରେ ରହୁଥିବା...

ଝିଅ ଦେହ ଖରାପ ଖବର ପାଇ ଯାଇଥିଲେ ଦିଲ୍ଲୀ: ନିଖୋଜ ହେବାର ୪ ବର୍ଷ ପରେ ଜୀବିତ ଫେରିଲେ ବୃଦ୍ଧ 

ଉମରକୋଟ, ୨୨।୧୧(ସନ୍ତୋଷ ଶତପଥୀ): ୪ ବର୍ଷ ତଳେ ଦିଲ୍ଲୀରୁ ନିଖୋଜ ଥିବା ନବରଙ୍ଗପୁର ଜିଲା ଉମରକୋଟ ପୌରାଞ୍ଚଳ ଦଶରାପଦା ସାହିର ଲାଲୁ ହରିଜନ (୬୫) ଘରକୁ...

ପିଅନ ଥାଇ ସ୍କୁଲରେ ଝାଡ଼ୁ ମାରିଥିଲେ ଜିଲା ଶିକ୍ଷା ଅଧିକାରୀ: କାରଣ ଦର୍ଶାଅ ନୋଟିସ ସହ ଦିନକର ଦରମା ବନ୍ଦ

ନବରଙ୍ଗପୁର,୨୦।୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଜଳଣି ମାତା ହାଇସ୍କୁଲରେ ବିଭିନ୍ନ ଅନିୟମିତତା ଓ କର୍ମଚାରୀଙ୍କ ଅବହେଳା, ଛାତ୍ରୀଛାତ୍ର ଉପସ୍ଥାପନ ବ୍ୟତିକ୍ରମ ଓ ମଧ୍ୟାହ୍ନ ଭୋଜନରେ ମେନ୍ୟୁ...

ବିଡିଓଙ୍କ ଘରେ ବୁଲିଲା କଳାକନା : ଭେଣ୍ଟିଲେଟର ଭାଙ୍ଗି ପଶିଲେ…

ନବରଙ୍ଗପୁର,୪।୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ବଡିଓଙ୍କ ଘରେ ବୁଲିଲା କଳା କନା। ନବରଙ୍ଗପୁର ବ୍ଲକ ବଡିଓ ସୁନୀଲ ଖରା ଗତ ଶନିବାର ଛୁଟିରେ ରାୟଗଡାରେ ଥିବା ପରିବାରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri