Posted inଜାତୀୟ

ଭାଜପା-ଏଏପି କାଉନସିଲର ମୁହାଁମୁହିଁ ପରେ ମେୟର ନିର୍ବାଚନ ସ୍ଥଗିତ

ନୂଆଦିଲ୍ଲୀ,୬।୧: ଭାଜପା-ଏଏପି କାଉନସିଲର ମୁହାଁମୁହିଁ ପରେ ଶୁକ୍ରବାର ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ(ଏମ୍‌ସିଡି) ମେୟର ନିର୍ବାଚନକୁ ସ୍ଥଗିତ ରଖାଯାଇଛି। ଉଭୟେ ଉଭୟଙ୍କୁ ଟାର୍ଗେଟ କରି ବିଭିନ୍ନ ସ୍ଲୋଗାନ ଦେବାରୁ ଭାଜପା ଏବଂ ଏଏପି କାଉନସିଲରଙ୍କ ମଧ୍ୟରେ ଠେଲାଠେଲି ଭଳି ପରିସ୍ଥିତି ଦେଖାଦେଇଥିଲା। ଏପରିକି ସିଭିକ ସେଣ୍ଟରରେ ଅନୁଷ୍ଠିତ ବୈଠକ ବେଳେ ଏଏପି ଏବଂ ଭାଜପା କର୍ମୀ ମୁହାଁମୁହିଁ ହୋଇଥିଲେ। ଏଥିରେ ଜଣେ ଏଏପି କାଉନସିଲରଙ୍କ ହାତରେ ଆଘାତ ଲାଗିବା ସହ ଶାର୍ଟ ଚିରିଯାଇଥିବା ନେଇ ଅଭିଯୋଗ ହୋଇଛି।

ଏନେଇ ମତଦାନ କେନ୍ଦ୍ରରେ ଆମ୍‌ ଆଦମୀ ପାର୍ଟି (ଏଏପି) କାଉନସିଲରମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏପରିକି ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନା ସତ୍ୟ ଶର୍ମାଙ୍କୁ ଅସ୍ଥାୟୀ ବାଚସ୍ପତି ନିଯୁକ୍ତିକୁ ବିରୋଧ କରି ଏଏପି ସଦସ୍ୟ ଗୃହର ମଧ୍ୟଭାଗକୁ ଚାଲିଆସି ହୋହଲ୍ଲା କରିଥିଲେ। ନିର୍ବାଚନରେ ବିଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ମେୟର ନିର୍ବାଚନକୁ ସ୍ଥଗିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri