ନାବାଳିକାଙ୍କୁ ବଳାତ୍କାର, ଜଣେ ଗିରଫ

ଗୋପାଳପୁର,୬ା୧(ଡି.ଏନ.ଏ.): ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରିବା ଘଟଣାରେ ଶୁକ୍ରବାର ଗୋଳନ୍ଥରା ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ସାଗର ନାୟକ। ଏହି ଥାନା ଅଧିନସ୍ଥ ଏକ ଗ୍ରାମରେ ନାବାଳିକାଙ୍କୁ ସେହି ଗ୍ରାମର ସାଗର ନାୟକ ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଘରେ କେହି ନଥିବା ସୁଯୋଗ ନେଇ ଗତ ମାସ ୨୦ ତାରିଖରେ ଅପହରଣ କରିନେଇ ବାହାର ଜିଲାକୁ ପଳାଇ ଯାଇଥିଲେ। ନାବାଳିକା ପରିବାର ଲୋକେ ଖୋଜାଖୋଜି କରି ନ ପାଇବାରୁ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ଉଭୟ ବାଲେଶ୍ୱର ଅଞ୍ଚଳରେ ଥିବା ଖବର ପାଇ ଥାନାଧିକାରୀ ବିବେକାନନ୍ଦ ମହନ୍ତଙ୍କ ନିର୍ଦ୍ଦେଶକ୍ରମେ ଏସ୍‌ଆଇ ଜ୍ଞାନରଞ୍ଜନ ସାହୁଙ୍କ ନେତୃତ୍ୱରେ ଏକ ଟିମ ଗୁରୁବାର ରାତିରେ ଚଢ଼ାଉ କରି ନାବାଳିକାଙ୍କୁ ଉଦ୍ଧାର କରିବା ସହ ସାଗରଙ୍କୁ ଗିରଫ କରିଥିଲା। ନାବାଳିକାଙ୍କୁ ପୋଲିସ ପଚରାଉଚରା କରିବା ସମୟରେ ସାଗର ତାଙ୍କୁ ଜୋରଜବରଦସ୍ତ ବାରମ୍ବାର ବଳାତ୍କାର କରୁଥିଲେ ବୋଲି ପ୍ରକାଶ କରିଥିଲେ। ଶୁକ୍ରବାର ଉଭୟଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଡାକ୍ତରୀ ମାଇନା କରି ଅପରାହ୍ନରେ ସାଗରଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଅନ୍ୟପକ୍ଷରେ ସିଆରପିସି ଧାରା ୧୬୪ରେ ବିଚାରପତିଙ୍କ ନିକଟରେ ନାବାଳିକାଙ୍କ ବୟାନ ରେକର୍ଡ଼ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri